କୃଷକସାଥୀଙ୍କ ଆବଶ୍ୟକୀୟ ଖର୍ଚ୍ଚ ୧୨ ହଜାରୁ ୧୮ ହଜାରକୁ ବଢାଇଲେ ସରକାର
ଭୁବନେଶ୍ବର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକସାଥୀ ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ । ସୂଚନାଯୋଗ୍ୟ […] The post କୃଷକସାଥୀଙ୍କ ଆବଶ୍ୟକୀୟ ଖର୍ଚ୍ଚ ୧୨ ହଜାରୁ ୧୮ ହଜାରକୁ ବଢାଇଲେ ସରକାର appeared first on Dharitri Odia News.
ଭୁବନେଶ୍ବର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକସାଥୀ ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।
ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକସାଥୀ ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକସାଥୀ କାମ କରୁଛନ୍ତି ।
କୃଷକସାଥୀମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।
The post କୃଷକସାଥୀଙ୍କ ଆବଶ୍ୟକୀୟ ଖର୍ଚ୍ଚ ୧୨ ହଜାରୁ ୧୮ ହଜାରକୁ ବଢାଇଲେ ସରକାର appeared first on Dharitri Odia News.