କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ
ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ। ଜଣେ ଖାଣ୍ଟି କଟକିଆର ନାଁ ଅକ୍ଷୟ ମହାନ୍ତି। କଟକ ସହର, ସଙ୍ଗୀତ ଜଗତ ଏବଂ ଜଣାଶୁଣା ମହଲରେ ଖୋକା ଭାଇ ନାଁରେ ପରିଚିତ ଏବଂ ମରି ଅମର ହୋଇଥିବା ଜଣେ ଓଡ଼ିଆ ନାଁ। ‘ଯାହାଙ୍କ […] The post କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ appeared first on Dharitri Odia News.
ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ। ଜଣେ ଖାଣ୍ଟି କଟକିଆର ନାଁ ଅକ୍ଷୟ ମହାନ୍ତି। କଟକ ସହର, ସଙ୍ଗୀତ ଜଗତ ଏବଂ ଜଣାଶୁଣା ମହଲରେ ଖୋକା ଭାଇ ନାଁରେ ପରିଚିତ ଏବଂ ମରି ଅମର ହୋଇଥିବା ଜଣେ ଓଡ଼ିଆ ନାଁ। ‘ଯାହାଙ୍କ କବାଟ ଖୋଲ ପ୍ରିୟେ ମୁଁ ତୁମର ସିଏ’ ରେ ଆଜି ବି ଝୁମି ଉଠେ ଓଡ଼ିଆ ମନ। ସେହି ସ୍ବରରେ ଆଜି ବି ବୟସ୍କ ଲୋକଟିଏ ବି ମତୁଆଲା ହୋଇଯାଏ। ଇଏ ହୋଇଛନ୍ତି ସେହି ଲୋକ ଯାହାଙ୍କୁ ଆମେ ସ୍ନେହରେ ଖୋକାଭାଇ ବୋଲି ଡାକୁ।
ପଚାଶ ଦଶକରୁ ପରବର୍ତ୍ତୀ ପାଞ୍ଚ ଦଶନ୍ଧି ପର୍ଯ୍ୟନ୍ତ ଓଡ଼ିଆ ସଂଗୀତ ଦୁନିଆକୁ ସୁମଧୁର କଣ୍ଠ ଯାଦୁରେ ସେ ବାନ୍ଧି ରଖିଥିଲେ। ଏଥିସହ ସେ ଏକାଧାରରେ ସେ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଥିଲେ। ତାଙ୍କର କାଳଜୟୀ ଗୀତ ଗୁଡିକ ମଧ୍ୟରେ- ଏ ଆଲୋ ଆଲୋ ମଣି, କାଳି ଗୋରୀ ଦୁହେଁ ଗାଧେଇ, ସାବି ସାବି ତୁ ତ ମୋର ନାଲି ପାନ ବିବି, ପୂଣ୍ୟର ନଦୀ ତୀରେ ପାପର ତରୁ, ବୟସର କୃଷ୍ଣଚୂଡା ରଙ୍ଗ ତୁମ ମନ୍ଦ ନୁହେଁ, ଯା ଯାରେ ଭାସି ଭାସି ଯାଆ ନଉକା ମୋର ଭାସି ଯାଆ, ଏଇ ଚୁମକି, ଟିକ ଟିକ ଟିକ ଘଣ୍ଟା ଚାଲେ, ରଜା ଝିଅ ସାଙ୍ଗେ, କଳଙ୍କିତ ଏଇ ନାୟକ, ଅବୁଝା ପ୍ରିୟତମା, ଆଲୋ ରତନୀ ଗଜ ଗମନୀ, ହେ ଫଗୁଣ ତୁମେ ଗଲା ପରେ ପରେ, ବେବି ଏକ୍କା ଗେଲହା ଝିଅ, ନଦୀର ନାମ ଅଳସ କନ୍ୟା, ହସ ତୋ ଲକ୍ଷେ ଟଙ୍କା ଆଦି ରହିଛି।
କୁହାଯାଏ ମାତ୍ର ୨୨ ବର୍ଷ ବୟସରେ କଟକ ଆକାଶବାଣୀ ଠାରେ ସରକାରୀ ଚାକିରିରେ ଯୋଗ ଦେଇଥିଲେ, ହେଲେ ପରେ ଚାକିରି ଛାଡ଼ି ନିଜ ପୂରା ଜୀବପ ସଙ୍ଗୀତରେ ବିତାଇଥିଲେ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଜୟଦେବ ପୁରସ୍କାର, ପ୍ରଚ୍ଛଦ ସଙ୍ଗୀତ ପାଇଁ ରାଜ୍ୟ ପୁରସ୍କାର, ରାଜ୍ୟ ସଙ୍ଗୀତକାର ପୁରସ୍କାର ଭଳି ଅନେକ ସମ୍ମାନରେ ସମ୍ମାନିତ କରାଯାଇଥିଲା।
The post କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ appeared first on Dharitri Odia News.