କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। ତେବେ ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ । ସାଧରଣତଃ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ଅକ୍ଟୋବର ୩୧ ଅପରାହ୍ନ ସମୟରେ ଅମାବାସ୍ୟା ରହୁଥିଲେ […] The post କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି? appeared first on Dharitri Odia News.

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। ତେବେ ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ । ସାଧରଣତଃ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ଅକ୍ଟୋବର ୩୧ ଅପରାହ୍ନ ସମୟରେ ଅମାବାସ୍ୟା ରହୁଥିଲେ ମଧ୍ୟ ପ୍ରତ୍ୟୁଷ ସମୟକୁ ଅମାବାସ୍ୟା ରହୁନଥିବାରୁ ସେହି ଦିନ କେବଳ ଶ୍ୟାମାକାଳୀ ପୂଜା ଅନୁଷ୍ଠିତ ହେବ । ତେବେ ନଭେମ୍ବର ୧ରେ ଅମାବାସ୍ୟା ଉଦୟ ପର୍ବରେ ଥିବାରୁ ଶ୍ରୀମନ୍ଦିରରେ ସେହିଦିନ ପୟାଶ୍ରାଦ୍ଧ ସହ ଦୀପାବଳି ଅମାବାସ୍ୟା ପଳନ କରାଯିବ ବୋଲି ମୁକ୍ତିମଣ୍ଡପ ପଣ୍ଡିତ ସଭାର ପୂର୍ବତନ ସମ୍ପାଦକ କହିଛନ୍ତି । ଏହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତିକାନ୍ତି ସହ ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି ।

The post କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି? appeared first on Dharitri Odia News.