କେ.ଜେ.ଏସ୍. ଆଲୁୱାଲିଆ ସ୍ପଞ୍ଜ ପ୍ଲାଣ୍ଟରେ ବିସ୍ଫୋରଣ
କେନ୍ଦୁଝର: କେନ୍ଦୁଝର ବରପଦା ଠାରେ ଥିବା କେ.ଜେ.ଏସ୍. ଆଲୁୱାଲିଆ ସ୍ପଞ୍ଜ ପ୍ଲାଣ୍ଟରେ ବିସ୍ଫୋରଣ। ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ଣ୍ଣେସନରେ ବିସ୍ଫୋରଣ ଘଟିଛି... The post କେ.ଜେ.ଏସ୍. ଆଲୁୱାଲିଆ ସ୍ପଞ୍ଜ ପ୍ଲାଣ୍ଟରେ ବିସ୍ଫୋରଣ appeared first on .
କେନ୍ଦୁଝର: କେନ୍ଦୁଝର ବରପଦା ଠାରେ ଥିବା କେ.ଜେ.ଏସ୍. ଆଲୁୱାଲିଆ ସ୍ପଞ୍ଜ ପ୍ଲାଣ୍ଟରେ ବିସ୍ଫୋରଣ। ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ଣ୍ଣେସନରେ ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଯୋଗୁଁ ଇଣ୍ଡକ୍ସନ ଫର୍ଣ୍ଣେସରୁ ତରଳ ଲୁହା ଛିଟିକି ୧୦ ଜଣ ଶ୍ରମିକ ପୋଡ଼ିହୋଇ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଥିବା ଜଣାପଡିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ମୁଖ୍ୟ ଡାକ୍ତରଖାନରେ ଭର୍ତ୍ତି କରାଯାଇଥିଲା। ସଙ୍କଟାପନ୍ନ ଥିବା ୩ ଜଣ ଶ୍ରମିକଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଶ୍ରମିକ ବାହାର ରାଜ୍ୟର ବୋଲି ଜଣାପଡିଛି। ସୁରକ୍ଷାରେ ଅବହେଳା କାରଣରୁ ବାରମ୍ବାର ଏହି ପ୍ଲାଣ୍ଟରେ ବିସ୍ଫୋରଣ ଘଟି ଶ୍ରମିକଙ୍କ ଜୀବନ ଯାଉଛି। ତଥାପି ପ୍ଲାଣ୍ଟ କର୍ତ୍ତୃପକ୍ଷ ଚେତୁ ନାହାନ୍ତି। ଗତ ୨୦୧୭ ମସିହାରେ ଇଣ୍ଡକ୍ସନ ଫର୍ଣ୍ଣେସରେ ବିସ୍ଫୋରଣ ଘଟି ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା।
The post କେ.ଜେ.ଏସ୍. ଆଲୁୱାଲିଆ ସ୍ପଞ୍ଜ ପ୍ଲାଣ୍ଟରେ ବିସ୍ଫୋରଣ appeared first on .