କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା
କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍ଏମ୍ଇ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଏମ୍ପି ଅନନ୍ତ ନାୟକ ଯୋଗ ଦେଇ ନିଜ ଅଭିଭାଷଣରେ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ […] The post କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା appeared first on Dharitri Odia News.
କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍ଏମ୍ଇ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଏମ୍ପି ଅନନ୍ତ ନାୟକ ଯୋଗ ଦେଇ ନିଜ ଅଭିଭାଷଣରେ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ ବୋଲି କହିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ବିଶାଲ ସିଂହ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୂଷଣ, ଉପଜିଲାପାଳ କେନ୍ଦୁଝର ଉମାଶଙ୍କର ଦଳାଇ, କେନ୍ଦୁଝର ସଦର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ୧୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।
ସୂଚନାଯୋଗ୍ୟ,ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ବୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ। ସ୍ବଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ୍, ଜଳ ଜୀବନ ମିଶନରୁ ଓ୍ବଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ। ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ। ଅଧିକ ଲୋକଙ୍କୁ ଘର ଦେବା ପାଇଁ ଏହି ଯୋଜନାରେ ‘ପରିବାର’ ଓ ‘ପକ୍କା ଘର’ର ସଂଜ୍ଞାକୁ ମଧ୍ୟ ସରଳ କରାଯାଇଛି। ଆଜବେଷ୍ଟସ୍, ଟିଣ ଓ ଟାଇଲ ଛାତଘରକୁ କଚ୍ଚାଘର ରୂପେ ବିବେଚନା କରାଯାଇଛି। କେବଳ ସିମେଣ୍ଟ ଯୋଡ଼େଇ କାନ୍ଥ ସହିତ ଆର.ସି.ସି. ଛାତକୁ ପକ୍କାଘରର ମାନ୍ୟତା ପ୍ରଦାନ କରାଯାଉଛି।
ଭିଡିଓ କନ୍ଫେରନ୍ସିଂ ଜରିଆରେ ଜିଲାର ସମସ୍ତ ୧୩ ବ୍ଲକ ସିଧାସଳଖ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ସଭାସ୍ଥଳ ସହ ଯୋଡ଼ି ହୋଇଥିଲେ। ପ୍ରାରମ୍ଭରେ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମକୁ ମଧ୍ୟ ଉପସ୍ଥିତ ଜନସାଧାରଣ ଶୁଣିଥିଲେ।
The post କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା appeared first on Dharitri Odia News.