କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…
କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶ ରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ହଲାଇ ଏହାର ଶୁଭାରମ୍ଭ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ଏମ୍ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ନାୟକ, ଜିଲାପାଳ ବିଶାଳ ସିଂହ, ଡିଏଫ୍ଓ ଧନରାଜ […] The post କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ… appeared first on Dharitri Odia News.
କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶ ରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ହଲାଇ ଏହାର ଶୁଭାରମ୍ଭ କରିଛନ୍ତି।
ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ଏମ୍ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ନାୟକ, ଜିଲାପାଳ ବିଶାଳ ସିଂହ, ଡିଏଫ୍ଓ ଧନରାଜ ଏଚ. ଡିଙ୍କ ସମେତ ବହୁ ବିଶିଷ୍ଟ ଲୋକ, ମହିଳା ସଦସ୍ୟା, ଭାଜପା ଦଳର ନେତା ଉପସ୍ଥିତ ଥିଲେ। ଏହି ରଥ ବିଭିନ୍ନ ବ୍ଲକର ଗାଁଗଣ୍ଡା ବୁଲି ଲୋକଙ୍କୁ ସୁଭଦ୍ରା ଯୋଜନା ବିଷୟରେ ସଚେତନ କରିବ ବୋଲି ସୂଚନା ମିଳିଛି।
The post କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ… appeared first on Dharitri Odia News.