କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ବୈଷ୍ଣବ ସାମଲ, ଏହି ପୁସ୍ତକ ପାଇଁ ମିଳିବ ପୁରସ୍କାର

ଭୁବନେଶ୍ୱର,୧୮ା୧୨: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ସେ ତାଙ୍କର ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ଲାଗି ଏହି ପାଇବେ ବୋଲି ସୂଚନା ମିଳିଛି। ବୈଷ୍ଣବ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଶାନ୍ତିନିକେତନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ପ୍ରଫେସର୍‌ ଭାବେ କାର୍ଯ୍ୟ କରିଛନ୍ତି। ଓଡ଼ିଆ ସାହିତ୍ୟର ଇତିହାସ, ଓ ଗଳ୍ପର ଇତିବୃତ୍ତ, ଓ ଗଳ୍ପ: ଉନ୍ମେଷ ଓ ଉଚ୍ଚାରଣ, ସମୀକ୍ଷାଲୋକ, ସମାଲୋଚନା: ସ୍ବର ଓ ସ୍ବାକ୍ଷର ଆଦି […] The post କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ବୈଷ୍ଣବ ସାମଲ, ଏହି ପୁସ୍ତକ ପାଇଁ ମିଳିବ ପୁରସ୍କାର appeared first on Dharitri Odia News.

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ବୈଷ୍ଣବ ସାମଲ, ଏହି ପୁସ୍ତକ ପାଇଁ ମିଳିବ ପୁରସ୍କାର

ଭୁବନେଶ୍ୱର,୧୮ା୧୨: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ସେ ତାଙ୍କର ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ଲାଗି ଏହି ପାଇବେ ବୋଲି ସୂଚନା ମିଳିଛି।

ବୈଷ୍ଣବ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଶାନ୍ତିନିକେତନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ପ୍ରଫେସର୍‌ ଭାବେ କାର୍ଯ୍ୟ କରିଛନ୍ତି। ଓଡ଼ିଆ ସାହିତ୍ୟର ଇତିହାସ, ଓ ଗଳ୍ପର ଇତିବୃତ୍ତ, ଓ ଗଳ୍ପ: ଉନ୍ମେଷ ଓ ଉଚ୍ଚାରଣ, ସମୀକ୍ଷାଲୋକ, ସମାଲୋଚନା: ସ୍ବର ଓ ସ୍ବାକ୍ଷର ଆଦି ସମେତ ତାଙ୍କର ୧୨୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ୧୯୩୯ ଜାନୁଆରୀ ୨୭ରେ ବୈଷ୍ଣବ ଚରଣ ସାମଲ ଜନ୍ମଗ୍ରହଣ କରିଛନ୍ତି। ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବା ନେଇ ଘୋଷଣା କରାଯାଇଥିବାରୁ ସାହିତ୍ୟ ଜଗତରେ ଆନନ୍ଦର ଲହରି ଖେଳିଯାଇଛି।

The post କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ବୈଷ୍ଣବ ସାମଲ, ଏହି ପୁସ୍ତକ ପାଇଁ ମିଳିବ ପୁରସ୍କାର appeared first on Dharitri Odia News.