କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ପୁଣି ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି
ଭୁବନେଶ୍ବର ୨୦।୮: କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ଅସୁସ୍ଥ । ଦିଲ୍ଲୀ ଏମ୍ସ ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ଗତ ୧୧ ତାରିଖରେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ୍ । ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି ।ତେବେ ଗତ ଶନିବାର ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିଲା । ବହୁ ଦିନ ଧରି ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଅସୁସ୍ଥ ରହିଥିଲେ ।You Can Read:କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ, ୫୮ ବର୍ଷରେ ଆଖିବୁଜିଲେ ଝିଙ୍ଗିଆ ଓରାମ
ଭୁବନେଶ୍ବର ୨୦।୮: କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ଅସୁସ୍ଥ । ଦିଲ୍ଲୀ ଏମ୍ସ ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ଗତ ୧୧ ତାରିଖରେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ୍ । ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି ।
ତେବେ ଗତ ଶନିବାର ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିଲା । ବହୁ ଦିନ ଧରି ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଅସୁସ୍ଥ ରହିଥିଲେ ।
You Can Read:
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ, ୫୮ ବର୍ଷରେ ଆଖିବୁଜିଲେ ଝିଙ୍ଗିଆ ଓରାମ