କେବେ ହେବ ଦଶମ ଷାଣ୍ମାସିକ ପରୀକ୍ଷା? ବୋର୍ଡ ଦେଲା ବଡ଼ ସୂଚନା
ଭୁବନେଶ୍ୱର,୨୪।୯: ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା। ତେବେ ତାକୁ ନେଇ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। କହିରଖୁଛୁ କି, ୨୦୨୩ରେ ଅକ୍ଟୋବର ୪ରୁ ୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିବାବେଳେ ସେପ୍ଟେମ୍ବର ୫ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କିନ୍ତୁ ଚଳିତ ବର୍ଷ ବୋର୍ଡ ପକ୍ଷରୁ କିଛି ବିଜ୍ଞପ୍ତି ପ୍ରକାଶ ନ ପାଇବା ସ୍କୁଲ କତ୍ତୃପକ୍ଷଙ୍କ ସମେତ ଅଭିଭାବକ […] The post କେବେ ହେବ ଦଶମ ଷାଣ୍ମାସିକ ପରୀକ୍ଷା? ବୋର୍ଡ ଦେଲା ବଡ଼ ସୂଚନା appeared first on Dharitri Odia News.
ଭୁବନେଶ୍ୱର,୨୪।୯: ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା। ତେବେ ତାକୁ ନେଇ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। କହିରଖୁଛୁ କି, ୨୦୨୩ରେ ଅକ୍ଟୋବର ୪ରୁ ୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିବାବେଳେ ସେପ୍ଟେମ୍ବର ୫ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କିନ୍ତୁ ଚଳିତ ବର୍ଷ ବୋର୍ଡ ପକ୍ଷରୁ କିଛି ବିଜ୍ଞପ୍ତି ପ୍ରକାଶ ନ ପାଇବା ସ୍କୁଲ କତ୍ତୃପକ୍ଷଙ୍କ ସମେତ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ଦ୍ୱନ୍ଦ୍ୱରେ ପକାଇଥିଲା।
ବୋର୍ଡ ସୂଚନାନୁସାରେ, ଚଳିତ ବର୍ଷ ନିର୍ଦ୍ଧାରିତ ସମୟରେ ଦଶମ ଷାଣ୍ମାସିକ ପରୀକ୍ଷା ଅନୁଷ୍ଠିତ ହେବ। କିନ୍ତୁ ବୋର୍ଡ ଗତବର୍ଷ ଭଳି ପ୍ରଶ୍ନପତ୍ର ଯୋଗାଇବ ନାହିଁ। ଏଥର ସ୍କୁଲ ନିଜସ୍ବ ପ୍ରଶ୍ନପତ୍ର ତିଆରି କରିପାରିବ। ତେବେ ପରୀକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବୋର୍ଡ ନିର୍ଦ୍ଦେଶ ଦେଇଛି।
ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ ନ ଥିଲା। ୨୦୨୦ ପରଠୁ ବନ୍ଦ ଥିବା ପରୀକ୍ଷା ଫି’ ଚଳିତ ବର୍ଷଠୁ ପୁଣି ଆରମ୍ଭ ହେବ ବୋଲି ବୋର୍ଡ ସୂତ୍ରରୁ ଏକ ସୂଚନା ମିଳିଛି।
ଏହାଛଡ଼ା, ୨୦୧୬ରୁ ଧାର୍ଯ୍ୟ ହୋଇଥିବା ୪୨୦ଟଙ୍କା ପରିବର୍ତ୍ତେ ଅଧିକ ଟଙ୍କା ଆଦାୟ ପାଇଁ ମଧ୍ୟ ବୋର୍ଡ ପକ୍ଷରୁ ଯୋଜନା ଚାଳିଥିବା ଜଣାପଡିଛି। ପାଖାପାଖି ୮ଶହ ଟଙ୍କା ପରୀକ୍ଷା ଫି’ ଏଥର ଆଦାୟ ହେବ ବୋଲି ଆକଳନ କରାଯାଇଛି। ବୋର୍ଡର ଜଣେ ଅଧିକାରୀଙ୍କ କହିବା ମୁତାବକ, ପ୍ରଶ୍ନପତ୍ର ଚୟନ, ପ୍ରଶ୍ନପତ୍ର ଛପା, ଆଡମିଟ୍ କାର୍ଡ ପ୍ରସ୍ତୁତି, ପରୀକ୍ଷା ଆୟୋଜନ, ସେଣ୍ଟରରେ ପରୀକ୍ଷା ନିରୀକ୍ଷକ ନିୟୋଜନ, ପ୍ରଶ୍ନପତ୍ରଗୁଡ଼ିକୁ ନୋଡାଲ ସେଣ୍ଟର ଓ ପରୀକ୍ଷା କେନ୍ଦ୍ରକୁ ପଠାଇବା, ପର୍ଯ୍ୟବେକ୍ଷକ ଏବଂ ସ୍କ୍ବାର୍ଡ ଗସ୍ତ ଖର୍ଚ୍ଚ, ଉତ୍ତର ଖାତା ମୂଲ୍ୟାୟନ, ଟାବୁଲେସନ, ସାର୍ଟିଫିକେଟ ପ୍ରସ୍ତୁତି ଆଦି ପାଇଁ ପୂର୍ବ ଅପେକ୍ଷା ଖର୍ଚ ବହୁ ପରିମାଣରେ ବଢ଼ିଯାଇଛି।
ସବୁଠାରୁ ଗୁରୁତ୍ୱପୂର୍ଣ କଥା ହେଲା ସରକାରୀ କର୍ମଚାରୀଙ୍କ ଡିଏ ଦିନକୁ ୧୪୦ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି ପାଇଥିବାରୁ ପରୀକ୍ଷା ପରିଚାଳନାରେ ଦିନକୁ ଡିଏ ବାବଦ ଖର୍ଚ ୩ଗୁଣା ବଢ଼ିଛି। ତେଣୁ ପରୀକ୍ଷା ଫି’ ଆଦାୟ କରିବାକୁ ବୋର୍ଡ ପକ୍ଷରୁ ଯୋଜନା ଚାଳିଥିବା ଜଣାପଡିଛି।
ଫି’ ବୃଦ୍ଧି ପାଇଁ ବୋର୍ଡ କର୍ତ୍ତୃପକ୍ଷ ସରକାରଙ୍କ ଅନୁମତି ଲୋଡ଼ିଛନ୍ତି। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବୋର୍ଡ କର୍ତ୍ତୃପକ୍ଷ ମାଟ୍ରିକ ପରୀକ୍ଷା ଫି’ ବୃଦ୍ଧି ନେଇ ନିଷ୍ପଭି ନେଇପାନ୍ତି ବୋଲି ଗଣଶିକ୍ଷା ବିଭାଗର ଜଣେ ଅଧିକାରୀ କହିଛନ୍ତି। ଉଲ୍ଲେଖଯୋଗ୍ୟ, ମାଟ୍ରିକ ପରୀକ୍ଷା ଲାଗି ଆସନ୍ତା ଅକ୍ଟୋବରରୁ ନଭେମ୍ବର ମାସ ମଧ୍ୟରେ ଫର୍ମ ପୂରଣ କରାଯିବ।
The post କେବେ ହେବ ଦଶମ ଷାଣ୍ମାସିକ ପରୀକ୍ଷା? ବୋର୍ଡ ଦେଲା ବଡ଼ ସୂଚନା appeared first on Dharitri Odia News.