କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି
ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ରହିଥାଏ। ତେଣୁ ଆମେ ପିଉଥିବା ପାଣିର ତାପମାତ୍ରା ୨୦-୨୨ ଡିଗ୍ରୀ ସେଲ୍ସିୟସ ରହିବା ଆବଶ୍ୟକ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହା ଖରାପ […] The post କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି appeared first on Dharitri Odia News.
ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ରହିଥାଏ। ତେଣୁ ଆମେ ପିଉଥିବା ପାଣିର ତାପମାତ୍ରା ୨୦-୨୨ ଡିଗ୍ରୀ ସେଲ୍ସିୟସ ରହିବା ଆବଶ୍ୟକ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହା ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ପ୍ରଥମ କଥା ହେଲା ଏହା ରୋଗ ପ୍ରତିରୋଧକ ଶକ୍ତିକୁ କମାଇଦିଏ। କେବଳ ସେତିକି ନୁହେଁ, ଏହାର ସିଧାସଳଖ ପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହାକୁ ଢୋକିବାକୁ କିଛି ସମୟ ଲାଗିଥାଏ। କାରଣ ଏହି ପାଣିର ତାପମାତ୍ରା ଅଳ୍ପ ପରିମାଣରେ ସାମାନ୍ୟ ହେବା ପରେ ତାହା ଗଳାରୁ ଖସିଥାଏ। ଏହାଦ୍ୱାରା ଟନ୍ସିଲଜନିତ ସମସ୍ୟା ଦେଖାଯିବା ଆଶଙ୍କା ଅଧିକ ଥାଏ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ୱାରା ପେଟର ଅନ୍ତଳନୀ ସଙ୍କୁଚିତ ହୋଇଯାଇଥାଏ, ଯାହାଦ୍ୱାରା କଫଜନିତ ସମସ୍ୟା ଦେଖାଯାଏ। ଅତ୍ୟଧିକ ଥଣ୍ଡାପାଣି ପିଇବା ଅଭ୍ୟାସରେ ପରିଣତ ହେଲେ ତାହା ହୃଦଜନିତ ସମସ୍ୟା ସୃଷ୍ଟି କରିବା ଆଶଙ୍କା ଥାଏ ବୋଲି ଆମେରିକୀୟ ହୃଦରୋଗ ବିଶେଷଜ୍ଞମାନେ ଏକ ସଦ୍ୟତମ ଗବେଷଣାରୁ ଜାଣିପାରିଛନ୍ତି।
The post କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି appeared first on Dharitri Odia News.