କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୭: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ସ୍ବର୍ଗତ ଚିନାରାଙ୍କ ପରିବାରବର୍ଗଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି। ମୃତକ ଓ ନିଖୋଜଙ୍କ ପରିବାରବର୍ଗଙ୍କୁ ସେଠାରେ ସହାୟତା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ କେରଳ ପଠାଯାଇଛି। ସେମାନେ କେରଳ ସରକାରଙ୍କ […] The post କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୩୧ା୭: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ସ୍ବର୍ଗତ ଚିନାରାଙ୍କ ପରିବାରବର୍ଗଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି। ମୃତକ ଓ ନିଖୋଜଙ୍କ ପରିବାରବର୍ଗଙ୍କୁ ସେଠାରେ ସହାୟତା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ କେରଳ ପଠାଯାଇଛି। ସେମାନେ କେରଳ ସରକାରଙ୍କ ସହ ସମନ୍ବୟ ରକ୍ଷା କରି ଉଦ୍ଦାର ଓ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ତ୍ୱରାନ୍ବିତ କରିବେ।
ଏଥିସହିତ କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଏସ୍ଆର୍ସି ସତ୍ୟବ୍ରତ ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
The post କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.