କୋଲକାତା ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ହୋଇ ୨ ଶିଶୁଙ୍କ ସମେତ ୧୫ ଜଣଙ୍କ ମୃତ୍ୟୁ

କୋଲକାତା କେନ୍ଦ୍ରୀୟ କୋଲକାତାର ମେଚୁଆପଟ୍ଟି ଅଞ୍ଚଳରେ ଆଜି ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ହୋଇ ଜଣେ ମହିଳା ଏବଂ ଦୁଇ ଶିଶୁଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଯାଇଛି। ଅଗ୍ନିକାଣ୍ଡରେ ଅନ୍ୟ ୧୩ ଜଣ ଆହତ ହୋଇଥିବା ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ପ୍ରତ୍ୟେକ ମୃତକଙ୍କ ପରିବା‌ର ସଦସ୍ୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। […]

କୋଲକାତା ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ହୋଇ ୨ ଶିଶୁଙ୍କ ସମେତ ୧୫ ଜଣଙ୍କ ମୃତ୍ୟୁ

କୋଲକାତା କେନ୍ଦ୍ରୀୟ କୋଲକାତାର ମେଚୁଆପଟ୍ଟି ଅଞ୍ଚଳରେ ଆଜି ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ହୋଇ ଜଣେ ମହିଳା ଏବଂ ଦୁଇ ଶିଶୁଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଯାଇଛି। ଅଗ୍ନିକାଣ୍ଡରେ ଅନ୍ୟ ୧୩ ଜଣ ଆହତ ହୋଇଥିବା ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ପ୍ରତ୍ୟେକ ମୃତକଙ୍କ ପରିବା‌ର ସଦସ୍ୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏକ୍ସରେ ଏକ ପୋଷ୍ଟ୍‌ କରି ମୋଦୀ କହିଛନ୍ତି, ‘କୋଲକାତାରେ ଅଗ୍ନିକାଣ୍ଡ ଘଟଣାରେ ହୋଇଥିବା ପ୍ରାଣହାନି ଯୋଗୁଁ ମୁଁ ଗଭୀର ଭାବେ ମର୍ମାହତ। ଯେଉଁମାନେ ନିଜ ପ୍ରୀୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫ୍‌ରୁ ରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ’। କୋଲକାତା ପୁଲିସ ଅଧିକାରୀଙ୍କ ଅନୁଯାୟୀ, ମୃତକଙ୍କ ମଧ୍ୟରେ ୧୧ ଜଣ ପୁରୁଷ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ଆଠ ଜଣଙ୍କୁ ଚିହ୍ନଟ କରାଯାଇଛି। ଆହତମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ଥିବା ସେ କହିଛନ୍ତି। ଘଟଣା ସମୟରେ ୪୨ଟି ରୁମ୍‌ରେ ୮୮ ଜଣ ଅତିଥି ଥିଲେ। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଫରେନ୍ସିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।