କୋଟଗଡ଼ ଥାନା ଏଏସ୍‌ଆଇ ଗିରଫ

ଲୋଭ ଛାଡ଼ି ନପାରି ଫସିଗଲେ ଏହି ପୁଲିସ୍ କର୍ମଚାରୀ।

କୋଟଗଡ଼ ଥାନା ଏଏସ୍‌ଆଇ ଗିରଫ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଏଏସ୍‌ଆଇ ରଜନୀକାନ୍ତ ଦାସ। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଗିରଫ କରାଯାଇଛି।

ଏକ ମାମଲାର ରଫାଦଫା କରିବା ପାଇଁ ସେ ଜଣେ ବ୍ୟକ୍ତିଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଉକ୍ତ ବ୍ୟକ୍ତି ଭିଜିଲାନ୍ସକୁ ଜଣାଇଥିଲେ। ଯୋଜନା ପ୍ରକାରେ ଆଜି ଏଏସ୍‌ଆଇ ରଜନୀକାନ୍ତ ଦାସ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ କୋଟଗଡ଼ କାଳୀ ମନ୍ଦିର ପାଖରେ ତାଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

ରଜନୀକାନ୍ତ ଦାସ ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଅନ୍ୟପଟେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ତାଙ୍କ ନାମରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। 

ରିପୋର୍ଟ- ବାଲିଗୁଡ଼ାରୁ ଅଜିତ କୁମାର ନାୟକ