କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା

ଭୁବନେଶ୍ୱର,୬।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା। ଏଥିସହ ୧ କେଜି ସୁନା ସହ ୧.୬୨ କୋଟିର ଡିପୋଜିଟ ମିଳିଥିଲା। ଭିଜିଲାନ୍ସ ଚଢାଉ ବେଳେ ତାଙ୍କର ଭୁବନେଶ୍ବର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୫ ପ୍ଲଟ ଥିବା ଜଣାପଡ଼ିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ […] The post କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା appeared first on Dharitri Odia News.

କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା

ଭୁବନେଶ୍ୱର,୬।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା। ଏଥିସହ ୧ କେଜି ସୁନା ସହ ୧.୬୨ କୋଟିର ଡିପୋଜିଟ ମିଳିଥିଲା। ଭିଜିଲାନ୍ସ ଚଢାଉ ବେଳେ ତାଙ୍କର ଭୁବନେଶ୍ବର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୫ ପ୍ଲଟ ଥିବା ଜଣାପଡ଼ିଛି।

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ କରାଯାଇଥିଲା। ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ କରାଯାଇଥିଲା। ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ ହୋଇଥିଲା।

The post କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା appeared first on Dharitri Odia News.