କୋରାପୁଟରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ
କୋରାପୁଟ,୫ା୨(ଅମିତାଭ ବେହେରା): ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ ହୋଇଯାଇଛି। ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ କୋରାପୁଟ ପୋଲିସ ପରେଡ୍ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଯୋଜନା ୫ ବର୍ଷ […] The post କୋରାପୁଟରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ appeared first on Dharitri Odia News.
କୋରାପୁଟ,୫ା୨(ଅମିତାଭ ବେହେରା): ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ ହୋଇଯାଇଛି। ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ କୋରାପୁଟ ପୋଲିସ ପରେଡ୍ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଯୋଜନା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବା ସହ ରାଜ୍ୟରେ ୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯିବ ବୋଲି ଜଣାପଡ଼ିଛି। ଏଥିରେ ମୌଳିକ ଭିତ୍ତିଭୂମିର ବିକାଶ , ଗ୍ରାମ୍ୟ ସଡ଼କ ସଂଯୋଗୀକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ, ଶିକ୍ଷା ଓ କ୍ରୀଡ଼ା ଭିତ୍ତିଭୂମିର ସମ୍ପ୍ରସାରଣ ଏବଂ ଜନ ମଙ୍ଗଳକାରୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକ୍ଷମ କରିବା ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ଜଣାପଡ଼ିଛି। କୋରାପୁଟ ଜିଲାପାଳ ଭି କୀର୍ତ୍ତି ଭାସନ, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ , ସୁନାବେଡ଼ା ପୌର ପରିଷଦ ଅଧ୍ୟକ୍ଷ ରାଜେନ୍ଦ୍ର ପାତ୍ର, କୋରାପୁଟ ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ପ୍ରମୁଖ ଉପସ୍ଥିତ ଥିଲେ। କୋରାପୁଟ ବିଡିଓ ଦେବାଶିଷ ଗୌଡ଼ ଯୋଗଦେଇ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ଜିଲାର ସମସ୍ତ ବ୍ଲକ ସଦରମହକୁମାରେ ମଧ୍ୟ ଆୟୋଜନ କରାଯାଇଥିଲା।
The post କୋରାପୁଟରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ appeared first on Dharitri Odia News.