କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ ହାତ କାମୁଡ଼ିଥିଲେ ତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। କୋର୍ଟ ଆଦେଶ ଅବମାନନା ନେଇ ପୋଲିସ ଅଫିସରଙ୍କ ମା’ଏହି ଅଭିଯୋଗ ଆଣି ଥାନାରେ ଅଭିଯୋଗ କରିଛନ୍ତି। ମେଜର କିମ୍ବା ବାନ୍ଧବୀଙ୍କ ନାଁ ମିଡ଼ିଆରେ ପ୍ରକାଶ ପାଇଁ କୋର୍ଟ ମନା କରିଥିବା ବେଳେ କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଏକ […] The post କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ appeared first on Dharitri Odia News.

କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ ହାତ କାମୁଡ଼ିଥିଲେ ତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। କୋର୍ଟ ଆଦେଶ ଅବମାନନା ନେଇ ପୋଲିସ ଅଫିସରଙ୍କ ମା’ଏହି ଅଭିଯୋଗ ଆଣି ଥାନାରେ ଅଭିଯୋଗ କରିଛନ୍ତି।

ମେଜର କିମ୍ବା ବାନ୍ଧବୀଙ୍କ ନାଁ ମିଡ଼ିଆରେ ପ୍ରକାଶ ପାଇଁ କୋର୍ଟ ମନା କରିଥିବା ବେଳେ କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଏକ ଜାତୀୟ ଚ୍ୟାନେଲରେ ପୀଡ଼ିତା ଏକ ସାକ୍ଷାତକାର ଦେଇଥିଲେ। ପୀଡ଼ିତା ଜଣେ ବରିଷ୍ଠ ମହିଳା ସାମ୍ବାଦିକାଙ୍କୁ ବିସ୍ତୃତ ସାକ୍ଷାତକାର ଦେଇଥିଲେ। ଏହାକୁ ନେଇ ତାଙ୍କ ପରିବାର ମାନସିକ ଚାପରେ ଥିବା ପିଟିଶନରେ ଉଲ୍ଲେଖ ରହିଛି।

ଭରତପୁର ଥାନାରେ ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଆଇଆଇସିଙ୍କ ସମେତ ୫  ପୋଲିସ କର୍ମଚାରୀ ନିଲମ୍ବିତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ ଟେଷ୍ଟ ନିମନ୍ତେ ଅନୁମତି ମିଳି ସାରିଛି । ଏବେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ନିମନ୍ତେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ । ଏ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ   ଭୁବନେଶ୍ୱର ଏସ୍‌ଡିଜେଏମ କୋର୍ଟରେ ଆବେଦନ କରାଯାଇଥିଲା। କୋର୍ଟ ପକ୍ଷରୁ ଏ ନେଇ ଅନୁମତି ମିଳିଛି। ଏଥିନିମନ୍ତେ ଦୀନକୃଷ୍ଣଙ୍କୁ ଗୁଜରାଟର ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ। ସେଠାରେ ତାଙ୍କର ପଲିଗ୍ରାଫ ଟେଷ୍ଟ ସହିତ ନାର୍କୋ ଆନାଲିସିସ୍‌ ଓ ବ୍ରେନ ଫିଙ୍ଗର ପ୍ରିଣ୍ଟ ଟେଷ୍ଟ ବି ହେବ ।

The post କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ appeared first on Dharitri Odia News.