କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ହତ୍ୟା ମାମଲା : ଆସନ୍ତାକାଲି ସାରା ଦେଶରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ନନ୍ଦିଘୋଷ ବ୍ୟୁରୋ: କୋଲକାତାରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ଯା ପ୍ରତିବାଦରେ ସାରା ଦେଶରେ ତେଜୁଛି ଅସନ୍ତୋଷ। ଆସନ୍ତାକାଲି... The post କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ହତ୍ୟା ମାମଲା : ଆସନ୍ତାକାଲି ସାରା ଦେଶରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ appeared first on .
ନନ୍ଦିଘୋଷ ବ୍ୟୁରୋ: କୋଲକାତାରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ଯା ପ୍ରତିବାଦରେ ସାରା ଦେଶରେ ତେଜୁଛି ଅସନ୍ତୋଷ। ଆସନ୍ତାକାଲି ବିଭିନ୍ନ ଡାକ୍ତରୀ ସଂଘ କାର୍ଯ୍ଯବନ୍ଦ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଆନ୍ଦୋଳନରୁ ଜରୁରୀ ସେବାକୁ ବାଦ୍ ଦିଆଯିବ। ଆଜି ଅନେକ ସ୍ଥାନରେ ଡାକ୍ତରମାନେ ପ୍ରତିବା କରିଛନ୍ତି। କ୍ଯାଣ୍ଡେଲ ଜାଳି ପ୍ରତିବାଦ ଜଣାଇଛନ୍ତି। ସେପଟେ ଅଭିଯୁକ୍ତକୁ ଗିରଫ କରାଯାଇଛି। ତେବେ ଏଥିରେ ସନ୍ତୁଷ୍ଟ ନୁହନ୍ତି ଡାକ୍ତରମାନେ। ମହିଳା ଡାକ୍ତରଙ୍କୁ ସବୁ ପ୍ରକାର ସୁରକ୍ଷା ଯୋଗାଇ ଦେବାକୁ ସେମାନେ ଦାବି କରିଛନ୍ତି। ସେପଟେ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ ପୋଲିସକୁ ଦେଇଛନ୍ତି ଚେତାବନୀ। ଯଦି ମାମଲାର ଶୀଘ୍ର ସମାଧାନ କରାନଯାଏ, ତେବେ ସିବିଆଇ ହାତରେ ମାମଲା ଦେବାକୁ ପଛାଇବେ ନାହିଁ ବୋଲି କହିଛନ୍ତି ମମତା।
The post କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ହତ୍ୟା ମାମଲା : ଆସନ୍ତାକାଲି ସାରା ଦେଶରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ appeared first on .