କ୍ୟାବିନେଟ୍ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ୍ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମୋଟ୍ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବକୁ ଆଲୋଚନା ପରେ ଅନୁମୋଦନ କରାଯାଇଛି। ଏଣିକି ଅଙ୍ଗନବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନବାଡ଼ି […] The post କ୍ୟାବିନେଟ୍ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର appeared first on Dharitri Odia News.
ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ୍ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମୋଟ୍ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବକୁ ଆଲୋଚନା ପରେ ଅନୁମୋଦନ କରାଯାଇଛି।
ଏଣିକି ଅଙ୍ଗନବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ଅବକାରୀ ବିଭାଗ ନିୟମ ୨୦୧୭ ମଧ୍ୟ ସଂଶୋଧନ କରିଛନ୍ତି ସରକାର।
ଅନୁସୂଚିତ ଜାତି ଓ ଜନଜାତି କ୍ୟାଡର ପୁନଃଗଠନ ହେବ। ଏଥିସହିତ ୨୪ ନୂଆ ପଦବୀ ସୃଷ୍ଟି କରାଯିବାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଅବକାରୀ କନଷ୍ଟେବଳ ଡିଭିଜନ ବଦଳାଯାଇ ଜିଲା କ୍ୟାଡର କରାଯାଇଛି। ୧୦୮ କୋଟି ଟଙ୍କା ବ୍ୟୟ ବରାଦରେ ବୈତରଣୀ ବାମ ଓ ଡାହାଣ କେନାଲ କାର୍ଯ୍ୟ ହେବ। ଏଥିସହିତ ଭଦ୍ରକ, ବାଲେଶ୍ବର, କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳସେଚିତ ହେବ। ଆଗାମୀ ୫ ବର୍ଷ ପାଇଁ ୧୦୮ ସେବା ପାଇଁ ୨୩୯୮ କୋଟି ଟଙ୍କା ମଞ୍ଜୁରୀ କରାଯାଇଛି।
The post କ୍ୟାବିନେଟ୍ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର appeared first on Dharitri Odia News.