ଖଣ୍ଡହତା ହାଇସ୍କୁଲ ର ସହକାରୀ ଶିକ୍ଷକଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଠାରେ ମଙ୍ଗଳବାର ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଖୋଜ କୁମାର ପଧାନ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ସ୍କୁଲ ପରିଚାଳନା କମିଟି ସଭାପତି ରତ୍ନାକର ପଧାନ ଯୋଗଦେଇ ଥିଲେ। ଉକ୍ତ ସଭାକୁ ଶିକ୍ଷକ ସନ୍ତୋଷ ରଥ ପରିଚାଳନା କରିଥିବା ବେଳେ ରଣଜିତ ମିଶ୍ର ଅତିଥି ପରିଚୟ ପ୍ରଦାନ […] The post ଖଣ୍ଡହତା ହାଇସ୍କୁଲ ର ସହକାରୀ ଶିକ୍ଷକଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା appeared first on Odisha.News.

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଠାରେ ମଙ୍ଗଳବାର ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଖୋଜ କୁମାର ପଧାନ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ସ୍କୁଲ ପରିଚାଳନା କମିଟି ସଭାପତି ରତ୍ନାକର ପଧାନ ଯୋଗଦେଇ ଥିଲେ। ଉକ୍ତ ସଭାକୁ ଶିକ୍ଷକ ସନ୍ତୋଷ ରଥ ପରିଚାଳନା କରିଥିବା ବେଳେ ରଣଜିତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ପୂର୍ବତନ ଛାତ୍ର ପ୍ରମୋଦ କୁମାର ପଣ୍ଡା ବିଦାୟ ଶିକ୍ଷକ ଙ୍କ କାର୍ଯ୍ୟ ଦକ୍ଷତା ଉପରେ ଆଲୋକପାତ କରିଥିଲେ। ସହକାରୀ ଶିକ୍ଷକ ଉଜ୍ଜ୍ୱଳ ଚନ୍ଦ୍ର ପଧାନ ଙ୍କ ଚାକିରି କାଳ ଶେଷ ହେବାରୁ ତାଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ନାରାୟଣ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ସମସ୍ତ ଛାତ୍ରଛାତ୍ରୀ , ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା କମିଟି ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।
The post ଖଣ୍ଡହତା ହାଇସ୍କୁଲ ର ସହକାରୀ ଶିକ୍ଷକଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା appeared first on Odisha.News.