ଖଣ୍ଡାରେ ହାଣି ଦେଇଗଲେ…
ଜୟପୁର,୩୧ା୩(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ସଦର ଥାନା ଅଞ୍ଚଳରେ ଜଣଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଫାମ୍ପୁଣିର ପଦ୍ମନ ହରିଜନ। ମିଳିଥିବା ସୂଚନା ମୁତାବକ, ପଦ୍ମନ ବାଇକ୍ରେ ପେପର ମିଲରୁ ଫେରୁଥିବା ବେଳେ ଜୟପୁର ସଦର ଥାନା ଅନ୍ତର୍ଗତ ବନଗୁଡା ମନ୍ଦିର ନିକଟରେ କେତେକ ଦୁର୍ବୃତ୍ତ ଯୋଜନାବଦ୍ଧ ଭାବେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। […] The post ଖଣ୍ଡାରେ ହାଣି ଦେଇଗଲେ… appeared first on Dharitri Odia News.
ଜୟପୁର,୩୧ା୩(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ସଦର ଥାନା ଅଞ୍ଚଳରେ ଜଣଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଫାମ୍ପୁଣିର ପଦ୍ମନ ହରିଜନ।
ମିଳିଥିବା ସୂଚନା ମୁତାବକ, ପଦ୍ମନ ବାଇକ୍ରେ ପେପର ମିଲରୁ ଫେରୁଥିବା ବେଳେ ଜୟପୁର ସଦର ଥାନା ଅନ୍ତର୍ଗତ ବନଗୁଡା ମନ୍ଦିର ନିକଟରେ କେତେକ ଦୁର୍ବୃତ୍ତ ଯୋଜନାବଦ୍ଧ ଭାବେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ସୋମବାର ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ହତ୍ୟାକାଣ୍ଡର କାରଣ ଜଣାପଡି ନାହିଁ।
The post ଖଣ୍ଡାରେ ହାଣି ଦେଇଗଲେ… appeared first on Dharitri Odia News.