ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…

ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ। ଜିଲାର ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଥିଲେ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ମନ୍ତ୍ରୀ ଖବରଦାତା ସମ୍ମିଳନୀରେ କହିବା ସହ ମୁକାବିଲାରେ ନିୟୋଜିତ ସମସ୍ତ ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି। ସମସ୍ତ ବିଭାଗର କର୍ମଚାରୀ, ସ୍ବେଚ୍ଛାସେବୀ ସଙ୍ଗଠନ ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କର କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିବା ସହ […] The post ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ… appeared first on Dharitri Odia News.

ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…

ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ। ଜିଲାର ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଥିଲେ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ମନ୍ତ୍ରୀ ଖବରଦାତା ସମ୍ମିଳନୀରେ କହିବା ସହ ମୁକାବିଲାରେ ନିୟୋଜିତ ସମସ୍ତ ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି। ସମସ୍ତ ବିଭାଗର କର୍ମଚାରୀ, ସ୍ବେଚ୍ଛାସେବୀ ସଙ୍ଗଠନ ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କର କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିବା ସହ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମନ୍ତ୍ରୀ। ସାଳନ୍ଦୀ, ରେବ, କପାଳୀ, ଯ’ ନଦୀରେ ବନ୍ୟା ଆସିଥିବାରୁ ଅଦ୍ୟାବଧି ପାଣିଘରେରେ ଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି ବୋଲି ସେ କହିଛନ୍ତି। ସମସ୍ତଙ୍କ ସହଯୋଗରେ ସମସ୍ତେ ମିଳିତ ଭାବେ ବିପଦକୁ ସାମ୍ନା କରିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

The post ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ… appeared first on Dharitri Odia News.