ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର ୨୭ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶନିବାର ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମଲହରି ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର ଓ ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ମଧ୍ୟ ଅଧିକ ରହିପାରେ। ସେହପରି […] The post ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି appeared first on Dharitri Odia News.
ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର ୨୭ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶନିବାର ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମଲହରି ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର ଓ ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ମଧ୍ୟ ଅଧିକ ରହିପାରେ। ସେହପରି ଅନୁଗୋଳ, ସୋନପୁର, ସୁନ୍ଦରଗଡ଼ ଓ ବରଗଡ଼ ଆଦି ଜିଲାକୁ ଖରା ଓ ଗରମ ନେଇ ୟେଲୋ ଓ୍ବାର୍ନି ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ। ଏଥିସହ ଅପରାହ୍ନରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ନୂଆପଡ଼ା ଆଦି ଜିଳାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ରବିବାର ୨୭ ତାରିଖରେ କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକରେ କାଳବୈଶାଖୀ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକରେ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ସୂଚନା ଦିଆଯାଇଛି।
The post ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି appeared first on Dharitri Odia News.