ଖରା ପାଇଁ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲର ସକାଳୁଆ ସମୟରେ ହେଲା ପରିବର୍ତ୍ତନ

ଭୁବନେଶ୍ବର: ଖରା ପାଇଁ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲର ସକାଳୁଆ ସମୟରେ ପରିବର୍ତ୍ତନ ହୋଇଛି। ଖୋର୍ଦ୍ଧା ଜିଲାରେ ଅଙ୍ଗନବାଡ଼ିରୁ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଅର୍ଥାତ ଅଙ୍ଗନବାଡ଼ିରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସେହିପରି କେନ୍ଦ୍ରାପଡ଼ାରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ […]

ଖରା ପାଇଁ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲର ସକାଳୁଆ ସମୟରେ ହେଲା ପରିବର୍ତ୍ତନ
Untitled 1 9

ଭୁବନେଶ୍ବର: ଖରା ପାଇଁ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲର ସକାଳୁଆ ସମୟରେ ପରିବର୍ତ୍ତନ ହୋଇଛି। ଖୋର୍ଦ୍ଧା ଜିଲାରେ ଅଙ୍ଗନବାଡ଼ିରୁ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଅର୍ଥାତ ଅଙ୍ଗନବାଡ଼ିରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।

WhatsApp Image 2024 04 05 at 21.07.46 6ac029a3

ସେହିପରି କେନ୍ଦ୍ରାପଡ଼ାରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦ଟା ଯାଏଁ ଚାଲିବ ବୋଲି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  ଏହାପରେ ସ୍କୁଲ ଛୁଟି କରିଦିଆଯିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ପରିସରରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ମହଜୁଦ ରଖିବାକୁ ପରାମର୍ଶ ଦିଆଯାଇଛି।

757e2619 9ac6 4e7f a446 824eb50d7b6c