ଖରାପ ପାଗ ଯୋଗୁ ହେଲିକପ୍ଟର ବଦଳରେ କାରରେ ଆସିକା ଗଲେ ମୁଖ୍ୟମନ୍ତ୍ରୀ

ଆସିକା,୨୩।୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ଆଜି ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡିଆରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ଆନୁକୁଲ୍ୟରେ ‘ଯୁବ ଶକ୍ତି ସମାବେଶ’ ହେଉଛି। ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୁବ ସମାବେଶରେ ଛାତ୍ରୀଛାତ୍ରଙ୍କୁ ଦିଗଦର୍ଶନ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ପାଗ ଖରାପ ଯୋଗୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ବଦଳରେ କାର ଯୋଗେ […] The post ଖରାପ ପାଗ ଯୋଗୁ ହେଲିକପ୍ଟର ବଦଳରେ କାରରେ ଆସିକା ଗଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଖରାପ ପାଗ ଯୋଗୁ ହେଲିକପ୍ଟର ବଦଳରେ କାରରେ ଆସିକା ଗଲେ ମୁଖ୍ୟମନ୍ତ୍ରୀ

ଆସିକା,୨୩।୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ଆଜି ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡିଆରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ଆନୁକୁଲ୍ୟରେ ‘ଯୁବ ଶକ୍ତି ସମାବେଶ’ ହେଉଛି। ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୁବ ସମାବେଶରେ ଛାତ୍ରୀଛାତ୍ରଙ୍କୁ ଦିଗଦର୍ଶନ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ପାଗ ଖରାପ ଯୋଗୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ବଦଳରେ କାର ଯୋଗେ ଭୁବନେଶ୍ୱରରୁ ଆସିକା ଅଭିମୁଖେ ଆସୁଛନ୍ତି। ତେଣୁ କାର୍ଯ୍ୟକ୍ରମରେ କିଛିଟା ବିଳମ୍ବ ହେବ।

ଅପରପକ୍ଷେ ଛାତ୍ରୀଛାତ୍ରଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପାରମ୍ପରିକ ନୃତ୍ୟ ଦଳ ଆସି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରୁଛନ୍ତି।
ଜିଲାର ବିଭିନ୍ନ କଲେଜରୁ ହଜାର ହଜାର ଛାତ୍ରୀଛାତ୍ର ସମାବେଶରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ଉଚ୍ଚ ଶିକ୍ଷା ତଥା ଯୁବ ସେବା ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ, ବାଣିଜ୍ୟ, ପରିବହନ, ଇସ୍ପାତ୍‌ ଓ ଖଣି ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନା , ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ, ଆସିକା ବିଧାୟକ ସରୋଜ ପାଢ଼ୀ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସମେତ ଜିଲାର ସମସ୍ତ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସଭା ସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସଭାସ୍ଥଳରେ ଜିଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି।


ମୁଖ୍ୟମନ୍ତ୍ରୀ ଯୁବ ସମାବେଶରେ ଯୋଗଦେବା ପୁର୍ବରୁ ଆସିକା ମା’ ଖମ୍ବେଶ୍ୱରୀ ମନ୍ଦିର ଦର୍ଶନ କରିବା କାର୍ଯ୍ୟକ୍ରମ ଅଛି। କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହ କିଭଳି ହେବ ସେଥିପାଇଁ ବ୍ୟାପକ ପୋଲିସ ମୁତୟନ ହୋଇଛି।

 

The post ଖରାପ ପାଗ ଯୋଗୁ ହେଲିକପ୍ଟର ବଦଳରେ କାରରେ ଆସିକା ଗଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.