ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ
କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ। ଏହା ସହ ସେମାନଙ୍କ ବିରୁଦ୍ଧରେ ଉପଯୁକ୍ତ ତଥ୍ୟ ଓ ପ୍ରମାଣ ସଂଗ୍ରହ କରାଯିବ ଏବଂ ଏହି ହତ୍ୟା ମାମଲାର ଶୀଘ୍ର ବିଚାର କରାଯିବା ନିମନ୍ତେ ୩୦ ଦିନ ମଧ୍ୟରେ […] The post ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ appeared first on Dharitri Odia News.
କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ। ଏହା ସହ ସେମାନଙ୍କ ବିରୁଦ୍ଧରେ ଉପଯୁକ୍ତ ତଥ୍ୟ ଓ ପ୍ରମାଣ ସଂଗ୍ରହ କରାଯିବ ଏବଂ ଏହି ହତ୍ୟା ମାମଲାର ଶୀଘ୍ର ବିଚାର କରାଯିବା ନିମନ୍ତେ ୩୦ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ କରିବାକୁ ଡିଜିପି କହିଛନ୍ତି।
ଏହି ଅନୁସନ୍ଧାନକାରୀ ଦଳ ସମୟ ସମୟରେ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜିଙ୍କୁ ରିପୋର୍ଟ ପ୍ରଦାନ କରିବେ।
ଏହା ସହ ପ୍ରାକ ନିର୍ବାଚନୀ ହିଂସାକୁ ଦୃଷ୍ଟିରେ ରଖି ଅତିରିକ୍ତ ଆରକ୍ଷୀ ମହା ନିର୍ଦ୍ଦେଶକ ( ମୁଖ୍ୟାଳୟ) ରାଧା କିଶନ ଶର୍ମା, ଆଇପିଏସ ଛତ୍ରପୁରରେ ଅବସ୍ଥାନ କରିବେ ଏବଂ ଗଞ୍ଜାମ ଜିଲାର ଆଇନ ଓ ଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବେ। ସେ ୧୭ ମେ ଠାରୁ ମତଦାନ ଶେଷ ହେବା ପର୍ଯ୍ୟନ୍ତ ଛତ୍ରପୁରରେ ଅବସ୍ଥାନ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ପ୍ରତି ସ୍ବତନ୍ତ୍ର ନଜର ରଖିବେ।
The post ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ appeared first on Dharitri Odia News.