ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ କରିବେ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟରେ ସୂଚନା ଦେଇଛନ୍ତି। ଡିଏସ୍‌ପିଙ୍କ ନେତୃତ୍ୱରେ ଗଠନ ହୋଇଥିବା ଏହି ଏସ୍‌ଆଇଟି ଟିମ୍‌ରେ ୪ ଜଣ ଅଧିକାରୀ ଖଲ୍ଲିକୋଟ ହିଂସାର ପ୍ରତ୍ୟେକ ଦିଗକୁ ନେଇ ତଦନ୍ତ ଜାରି ରଖିଛନ୍ତି। ଘଟଣାରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ […] The post ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ appeared first on Dharitri Odia News.

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ କରିବେ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟରେ ସୂଚନା ଦେଇଛନ୍ତି। ଡିଏସ୍‌ପିଙ୍କ ନେତୃତ୍ୱରେ ଗଠନ ହୋଇଥିବା ଏହି ଏସ୍‌ଆଇଟି ଟିମ୍‌ରେ ୪ ଜଣ ଅଧିକାରୀ ଖଲ୍ଲିକୋଟ ହିଂସାର ପ୍ରତ୍ୟେକ ଦିଗକୁ ନେଇ ତଦନ୍ତ ଜାରି ରଖିଛନ୍ତି। ଘଟଣାରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଯେଉଁମାନେ ବି ସଂପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଅନ୍ୟପଟେ ହିଂସା ଘଟିଥିବା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ଶ୍ରୀକୃଷ୍ଣଶରଣପୁର ଗ୍ରାମରେ କରାଯାଇଥିବା ସମସ୍ତ ବୁଥ୍‌କୁ ଅତି ସମ୍ବେଦନଶୀଳ ବୁଥ୍‌ କରାଯାଇଥିଲା। ପ୍ରାୟ ବୁଥ୍‌କୁ ଓ୍ବେବ୍‌ କାଷ୍ଟିଙ୍ଗ ବ୍ୟବସ୍ଥା ହୋଇଛି। ସେହିପରି ୧୦ଟି ବୁଥ୍‌ ବ୍ୟବଧାନରେ କଡ଼ା ପାଟ୍ରୋଲିଂ କରିବା ଲାଗି ପୋଲିସ ପକ୍ଷରୁ ମୋବାଇଲ ପାର୍ଟିଙ୍କୁ ନିୟୋଜିତ କରାଯାଇଥିବା ସୂଚନା ମିଳିଛି। ପ୍ରଚାରର ଶେଷଦିନ ପରେ ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ ଜାରି ରହିଥିବା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

The post ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ appeared first on Dharitri Odia News.