ଖସିଲା ଶେୟାର ବଜାର

ଭୁବନେଶ୍ୱର,୨୧।୧: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ୬ଷ୍ଠ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶନିବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୫୯.୫୮ ପଏଣ୍ଟ ଖସି ୭୧,୪୨୩.୬୫ ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୫୦.୬୦ ପଏଣ୍ଟ ବୃଦ୍ଧି ଘଟି ୨୧,୫୭୧.୮୦ ଅଙ୍କରେ କାରବାର […] The post ଖସିଲା ଶେୟାର ବଜାର appeared first on Dharitri Odia News.

ଖସିଲା ଶେୟାର ବଜାର

ଭୁବନେଶ୍ୱର,୨୧।୧: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ୬ଷ୍ଠ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶନିବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୫୯.୫୮ ପଏଣ୍ଟ ଖସି ୭୧,୪୨୩.୬୫ ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୫୦.୬୦ ପଏଣ୍ଟ ବୃଦ୍ଧି ଘଟି ୨୧,୫୭୧.୮୦ ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ହ୍ରାସ ଘଟିଛି।

The post ଖସିଲା ଶେୟାର ବଜାର appeared first on Dharitri Odia News.