ଖାତରେ ଖସିଲା ସେନା ଗାଡ଼ି: ୫ ଯବାନ ମୃତ
ମେନ୍ଧର/ଜମ୍ମୁ,୨୪ା୧୨: ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ସେନା ଗାଡ଼ି ପ୍ରାୟ ୩୫୦ ଫୁଟ୍ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ୧୧ ମାଡ୍ରା୍ ଲାଇଟ୍ ଇନ୍ଫାଣ୍ଟ୍ରିର ଏହି ଗାଡ଼ିଟି ନିଲମ ମୁଖ୍ୟାଳୟରୁ ଯବାନମାନଙ୍କୁ ନେଇ ବନୋଇ ଯାଉଥିବାବେଳେ ଘରୋଆ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଉଦ୍ଧାର ହୋଇଥିବା ଆହତ ଯବାନମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ନଭେମ୍ବର ୪ରେ ରାଜୌରୀ ଜିଲାରେ ଏକ […] The post ଖାତରେ ଖସିଲା ସେନା ଗାଡ଼ି: ୫ ଯବାନ ମୃତ appeared first on Dharitri Odia News.
ମେନ୍ଧର/ଜମ୍ମୁ,୨୪ା୧୨: ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ସେନା ଗାଡ଼ି ପ୍ରାୟ ୩୫୦ ଫୁଟ୍ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ୧୧ ମାଡ୍ରା୍ ଲାଇଟ୍ ଇନ୍ଫାଣ୍ଟ୍ରିର ଏହି ଗାଡ଼ିଟି ନିଲମ ମୁଖ୍ୟାଳୟରୁ ଯବାନମାନଙ୍କୁ ନେଇ ବନୋଇ ଯାଉଥିବାବେଳେ ଘରୋଆ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଉଦ୍ଧାର ହୋଇଥିବା ଆହତ ଯବାନମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ନଭେମ୍ବର ୪ରେ ରାଜୌରୀ ଜିଲାରେ ଏକ ଗାଡ଼ି ଖାତକୁ ଖସିପଡ଼ିବାରୁ ଜଣେ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଆହତ ହୋଇଥିଲେ।
The post ଖାତରେ ଖସିଲା ସେନା ଗାଡ଼ି: ୫ ଯବାନ ମୃତ appeared first on Dharitri Odia News.