ଖାତାକୁ ଆସିଲା କି’ ସୁଭଦ୍ରା ଟଙ୍କା…
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଆସିଛି। ଏନେଇ ହିତାଧିକାରୀମାନେ ଖୁସି ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ କୃତଜ୍ଞତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ […] The post ଖାତାକୁ ଆସିଲା କି’ ସୁଭଦ୍ରା ଟଙ୍କା… appeared first on Dharitri Odia News.
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଆସିଛି। ଏନେଇ ହିତାଧିକାରୀମାନେ ଖୁସି ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ କୃତଜ୍ଞତା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି କରିଥିଲେ।
ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ।
The post ଖାତାକୁ ଆସିଲା କି’ ସୁଭଦ୍ରା ଟଙ୍କା… appeared first on Dharitri Odia News.