ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍ ଜାଣି ରଖନ୍ତୁ…
ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିଛି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି। ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୨ ଲକ୍ଷ ୬୭ ହଜାର ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ […] The post ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍ ଜାଣି ରଖନ୍ତୁ… appeared first on Dharitri Odia News.
ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିଛି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି।
ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୨ ଲକ୍ଷ ୬୭ ହଜାର ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି।
ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ଓ ଅକ୍ଟୋବର ୯ରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।
The post ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍ ଜାଣି ରଖନ୍ତୁ… appeared first on Dharitri Odia News.