ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ମାଣ୍ଡିପଙ୍କା ଗସ୍ତ, ପୀଡ଼ିତାଙ୍କ ପରିବାରକୁ ଭେଟିଲେ…
ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଛନ୍ତି ଓଡିଶା ରାଜ୍ୟ ଖାଦ୍ୟ କମିଶନ ଇଂ ଅବନୀକାନ୍ତ ସାହୁ। ସେ ପ୍ରଥମେ ଦାରିଙ୍ଗବାଡିରେ ପହଞ୍ଚି ସେଠାରୁ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁବରଣ କରିଥିବା ପରିବାର ସହ ଗୁରୁତର ହୋଇ ସୁସ୍ଥ ହୋଇଥିବା ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିଥିଲେ। ସେମାନେ କେଉଁ ପରିସ୍ଥିତିରେ ଆମ୍ବ ଟାକୁଆ ଖାଇଥିଲେ ସେ ନେଇ ଅଧିକାରୀ ତଦନ୍ତ କରିଛନ୍ତି। ସେଠାରୁ ସେ […] The post ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ମାଣ୍ଡିପଙ୍କା ଗସ୍ତ, ପୀଡ଼ିତାଙ୍କ ପରିବାରକୁ ଭେଟିଲେ… appeared first on Dharitri Odia News.
ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଛନ୍ତି ଓଡିଶା ରାଜ୍ୟ ଖାଦ୍ୟ କମିଶନ ଇଂ ଅବନୀକାନ୍ତ ସାହୁ। ସେ ପ୍ରଥମେ ଦାରିଙ୍ଗବାଡିରେ ପହଞ୍ଚି ସେଠାରୁ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁବରଣ କରିଥିବା ପରିବାର ସହ ଗୁରୁତର ହୋଇ ସୁସ୍ଥ ହୋଇଥିବା ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିଥିଲେ। ସେମାନେ କେଉଁ ପରିସ୍ଥିତିରେ ଆମ୍ବ ଟାକୁଆ ଖାଇଥିଲେ ସେ ନେଇ ଅଧିକାରୀ ତଦନ୍ତ କରିଛନ୍ତି। ସେଠାରୁ ସେ ଝିଞ୍ଜିରୀଗୁଡା ପଞ୍ଚାୟତ କିରାମାହା ସେବାଶ୍ରମ ସମେତ ବ୍ରାହ୍ମଣୀଗାଁଠାରେ ଥିବା ସାଧାରଣ ସାମଗ୍ରୀ ବଣ୍ଟନ କେନ୍ଦ୍ର ତଥା ବହୁମୁଖୀ ସମବାୟ ସମିତିକୁ ପରିଦର୍ଶନ କରିଥିଲେ। ସେହିପରି ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ର ଆଦି ବୁଲି ଦେଖିଛନ୍ତି। ପରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରି ଫୁଲବାଣୀ ଫେରିଛନ୍ତି। କମିଶନଙ୍କ ଗସ୍ତ ସମୟରେ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।
The post ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ମାଣ୍ଡିପଙ୍କା ଗସ୍ତ, ପୀଡ଼ିତାଙ୍କ ପରିବାରକୁ ଭେଟିଲେ… appeared first on Dharitri Odia News.