ଖୁବ ଶୀଘ୍ର ୨ ବର୍ଷିଆ ବି.ଏଡ଼ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର : ଦୁଇବର୍ଷିଆ ବିଏଡ୍, ଏମ୍ଏଡ୍, ବିଏଚ୍ଏଡ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଦେବାକୁ ଆସନ୍ତା ୨୪ତାରିଖଠାରୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ଦୁଇ ବର୍ଷିଆ ବି.ଏଡ୍/ଏମ୍.ଏଡ୍/ ବି.ଏଚ୍.ଏଡ୍ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଛାତ୍ରଛାତ୍ରୀଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ […]

ଭୁବନେଶ୍ୱର : ଦୁଇବର୍ଷିଆ ବିଏଡ୍, ଏମ୍ଏଡ୍, ବିଏଚ୍ଏଡ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଦେବାକୁ ଆସନ୍ତା ୨୪ତାରିଖଠାରୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ଦୁଇ ବର୍ଷିଆ ବି.ଏଡ୍/ଏମ୍.ଏଡ୍/ ବି.ଏଚ୍.ଏଡ୍ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଛାତ୍ରଛାତ୍ରୀଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୨୪ ତାରିଖ ଠାରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ । ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି.ଏଡ୍/ଏମ. ଏଡ୍/ ବି.ଏଚ୍.ଏଡ୍ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ।
ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ ନାମଲେଖା ପାଇଁ ଛାତ୍ରଛାତ୍ରୀ ଚୟନ ହେବେ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଗୁଆ ନାମଲେଖା ପ୍ରକ୍ରିୟା ସାରିବା ଦ୍ୱାରା ଠିକ୍ ସମୟରେ ପାଠପଢ଼ା ଆରମ୍ଭ ହେବା ସହ ପରୀକ୍ଷା ଓ ଫଳ ପ୍ରକାଶ ମଧ୍ୟ ସମୟ ମଧ୍ୟରେ ହୋଇପାରିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ, ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳିତବର୍ଷ ନାମଲେଖା ପ୍ରକ୍ରିୟା ଶୀଘ୍ର କରିବାକୁ ବିଭାଗ ଲକ୍ଷ୍ୟ ରଖିଛି।