ଖୁବଶୀଘ୍ର ନିଯୁକ୍ତି ପାଇବେ ୨ ହଜାର ବନ କର୍ମଚାରୀ

ଭୁବନେଶ୍ୱର : ସାରା ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ୨ ହଜାର ବନ କର୍ମଚାରୀ । ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି। ଏଥିରୁ ୨ ହଜାର ପଦବୀ ପୂରଣ କରାଯିବ। ଏନେଇ ପ୍ରସ୍ତୁତି […]

ଖୁବଶୀଘ୍ର ନିଯୁକ୍ତି ପାଇବେ ୨ ହଜାର ବନ କର୍ମଚାରୀ
ଖୁବଶୀଘ୍ର ନିଯୁକ୍ତି ପାଇବେ ୨ ହଜାର ବନ କର୍ମଚାରୀ

ଭୁବନେଶ୍ୱର : ସାରା ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ୨ ହଜାର ବନ କର୍ମଚାରୀ । ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି। ଏଥିରୁ ୨ ହଜାର ପଦବୀ ପୂରଣ କରାଯିବ। ଏନେଇ ପ୍ରସ୍ତୁତି ଚାଲିଥିବା ମନ୍ତ୍ରୀ କହିଛନ୍ତି।

ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ହଲାଇ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି । ନିକଟ ଅତୀତରେ ମୁଖ୍ୟମନ୍ତ୍ରୀ ବନବିଭାଗ ସମୀକ୍ଷା ବୈଠକରେ ଯୋଗ ଦେଇ ୩ ହଜାର ବନରକ୍ଷୀ ପଦବୀ ଖାଲି ପଡିଥିବା ଜାଣିବାକୁ ପାଇଥିଲେ ।

ସୂଚନାଯୋଗ୍ୟ, ଆଜି ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ‘ସୁଭଦ୍ରା’ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।