ଖୁବଶୀଘ୍ର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ଦିନରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଓ ତାଙ୍କ ଦଳ ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ବୋଲି ନିଷ୍ପତ୍ତି ହୋଇଛି। ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରାଜ୍ୟରେ ମୋଟ ୧୨ଟି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିସାରିଛନ୍ତି, ଯେଉଁଥିରୁ ୧୧ଟି ରାଜଧାନୀ ଭୁବନେଶ୍ୱରରେ ଓ ଗୋଟିଏ ସମ୍ବଲପୁରରେ ଆୟୋଜିତ […] The post ଖୁବଶୀଘ୍ର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଖୁବଶୀଘ୍ର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ଦିନରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଓ ତାଙ୍କ ଦଳ ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ବୋଲି ନିଷ୍ପତ୍ତି ହୋଇଛି।

ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରାଜ୍ୟରେ ମୋଟ ୧୨ଟି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିସାରିଛନ୍ତି, ଯେଉଁଥିରୁ ୧୧ଟି ରାଜଧାନୀ ଭୁବନେଶ୍ୱରରେ ଓ ଗୋଟିଏ ସମ୍ବଲପୁରରେ ଆୟୋଜିତ ହୋଇଛି। ମୁଖ୍ୟମନ୍ତ୍ରୀ ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ। ଏହି କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ଆବଶ୍ୟକୀୟ ପ୍ରସ୍ତୁତି କରୁଛି ବୋଲି ମନ୍ତ୍ରୀ ପୂଜାରୀ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ। ଏହି କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ଆବଶ୍ୟକୀୟ ପ୍ରସ୍ତୁତି କରୁଛି ବୋଲି ମନ୍ତ୍ରୀ ପୂଜାରୀ ସୂଚନା ଦେଇଛନ୍ତି। ପ୍ରତ୍ୟେକ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ସାତ ଜଣ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପ୍ରାୟ ୧,୦୦୦ ଜଣଙ୍କ ଅଭିଯୋଗ ଶୁଣନ୍ତି।


The post ଖୁବଶୀଘ୍ର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.