ଖୁବ୍ ଶିଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ମହିଳାଙ୍କୁ ମୋହନ ସରକାରଙ୍କ ଦଶହରା ଭେଟି । ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା । ୩୫ଲକ୍ଷରୁ ଅଧିକ ମହିଳା ହିତାଧିକାରୀଙ୍କ ପାଖକୁ ପର୍ଯ୍ୟାୟ କ୍ରମେ ୫ହଜାର ଟଙ୍କା ପଠାଯାଇଛି। ବାରିପଦା ଛଉ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଭଦ୍ରା ଯୋଜନା ଟଙ୍କା ପଠାଇଛନ୍ତି । ଦ୍ବିତୀୟ ପର୍ଯ୍ୟାୟ ଟଙ୍କ ପଠାଇବା ଅବସରରେ ସୁଭଦ୍ରା ଯୋଜନା ଓଡ଼ିଶାର ସର୍ବବୃହତ୍ତ ଯୋଜନା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ […] The post ଖୁବ୍ ଶିଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା appeared first on KNews Odisha.

ମହିଳାଙ୍କୁ ମୋହନ ସରକାରଙ୍କ ଦଶହରା ଭେଟି । ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା । ୩୫ଲକ୍ଷରୁ ଅଧିକ ମହିଳା ହିତାଧିକାରୀଙ୍କ ପାଖକୁ ପର୍ଯ୍ୟାୟ କ୍ରମେ ୫ହଜାର ଟଙ୍କା ପଠାଯାଇଛି। ବାରିପଦା ଛଉ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଭଦ୍ରା ଯୋଜନା ଟଙ୍କା ପଠାଇଛନ୍ତି । ଦ୍ବିତୀୟ ପର୍ଯ୍ୟାୟ ଟଙ୍କ ପଠାଇବା ଅବସରରେ ସୁଭଦ୍ରା ଯୋଜନା ଓଡ଼ିଶାର ସର୍ବବୃହତ୍ତ ଯୋଜନା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆମ ସରକାର ଯାହା ପ୍ରତିଶ୍ରୁତି ଦିଏ,ତାକୁ ଅକ୍ଷରେ ଅକ୍ଷରେ ପାଳନ କରେ।
ଆଜି ୩୫ଲକ୍ଷରୁ ଅଧିକ ମହିଳାଙ୍କୁ ଟଙ୍କା ପଠାଯାଇଛି। ଏହାପରେ ଖୁବ୍ ଶିଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏ ନେଇ ପ୍ରେସମିଟରେ ଉପମୁଖ୍ୟମନ୍ତ୍ରୀ ସୂଚନା ଜାରି କରିଛନ୍ତି । ସେ କହିଛନ୍ତି ଯେ, ଏପର୍ଯ୍ୟନ୍ତ ୧ କୋଟି ୫୦ ହଜାର ମହିଳା ରେଜିଷ୍ଟ୍ରେସନ କରିଲେଣି। ୨ୟ ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି। ଖୁବ୍ ଶିଘ୍ର ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରିବୁ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। ସେ ଆହୁରି କହିଛନ୍ତି, ଏନପିସିଆଇ କ୍ଲିୟରାନ୍ସ ପରେ ଆଜି ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରିଛୁ। କୌଣସି ଯୋଗୂ ହିତାଧିକାରୀଙ୍କ ଅବେଦନପତ୍ର ଖାରଜ କରାଯିବ ନାହିଁ ।
The post ଖୁବ୍ ଶିଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା appeared first on KNews Odisha.