ଖେଳୁଥିବା ବେଳେ ପୋଖରୀରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ

ଯାଜପୁର ୧୬।୩: ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ବାଳୁଙ୍ଗା ବନ୍ଦୀ ଗ୍ରାମରେ ପୋଖରୀରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ହୋଇଛି । ମୃତ ଶିଶୁ ଦ୍ବୟ ସମ୍ପର୍କୀୟ ଭଉଣୀ ହୋଇଥିବା ବେଳେ ସେମାନଙ୍କ ବୟସ ୪ ରୁ ୫ ବର୍ଷ ହୋଇଥିବା ଜଣାପଡ଼ିଛି । ଖବର ପାଇ ପୋଲିସ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ଶନିବାର ଅପରାହ୍ନରେ ଏହି ୨ ଶିଶୁକନ୍ୟା ଖେଳିବାକୁ ଯାଇ ଦୀର୍ଘ ସମୟ ଧରି ଘରକୁ ଫେରି ନଥିଲେ । ପରେ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ନିକଟସ୍ଥ ଏକ ପୋଖରୀରେ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ପରେ ସେଠାରୁ ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଦାନଗଦି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା । ହେଲେ ଡାକ୍ତର ସେଠାରେ ୨ ଶିଶୁକନ୍ୟାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।  

ଖେଳୁଥିବା ବେଳେ ପୋଖରୀରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ

ଯାଜପୁର ୧୬୩: ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ବାଳୁଙ୍ଗା ବନ୍ଦୀ ଗ୍ରାମରେ ପୋଖରୀରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ହୋଇଛି । ମୃତ ଶିଶୁ ଦ୍ବୟ ସମ୍ପର୍କୀୟ ଭଉଣୀ ହୋଇଥିବା ବେଳେ ସେମାନଙ୍କ ବୟସ ୪ ରୁ ୫ ବର୍ଷ ହୋଇଥିବା ଜଣାପଡ଼ିଛି । ଖବର ପାଇ ପୋଲିସ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । 

ସୂଚନାଯୋଗ୍ୟ ଯେ, ଶନିବାର ଅପରାହ୍ନରେ ଏହି ୨ ଶିଶୁକନ୍ୟା ଖେଳିବାକୁ ଯାଇ ଦୀର୍ଘ ସମୟ ଧରି ଘରକୁ ଫେରି ନଥିଲେ । ପରେ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ନିକଟସ୍ଥ ଏକ ପୋଖରୀରେ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ପରେ ସେଠାରୁ ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଦାନଗଦି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା । ହେଲେ ଡାକ୍ତର ସେଠାରେ ୨ ଶିଶୁକନ୍ୟାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।