ଖୋଲିବ ରତ୍ନଭଣ୍ଡାର: ଭିତରକୁ କିଏ ଯିବେ ଆସିଲା ନାଁ
ପୁରୀ,୧୪।୭: ଖୋଲିବ ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତ ଶେଷ ହୋଇଛି। ଏଥିପାଇଁ ଶୁଭବେଳା ମଧ୍ୟ ବାହାରି ସରିଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ। ଏହି ସମୟରେ ରତ୍ନ ଭଣ୍ଡାର ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ କରାଯିବ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ ବୋଲି ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ତେବେ କେଉଁମାନେ ଭିତରକୁ ଯିବେ ସେମାନଙ୍କର […] The post ଖୋଲିବ ରତ୍ନଭଣ୍ଡାର: ଭିତରକୁ କିଏ ଯିବେ ଆସିଲା ନାଁ appeared first on Dharitri Odia News.
ପୁରୀ,୧୪।୭: ଖୋଲିବ ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତ ଶେଷ ହୋଇଛି। ଏଥିପାଇଁ ଶୁଭବେଳା ମଧ୍ୟ ବାହାରି ସରିଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ। ଏହି ସମୟରେ ରତ୍ନ ଭଣ୍ଡାର ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ କରାଯିବ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ ବୋଲି ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ତେବେ କେଉଁମାନେ ଭିତରକୁ ଯିବେ ସେମାନଙ୍କର ନାଁ ସାମ୍ନାକୁ ଆସିଛି।
ଜଷ୍ଟିସ ରଥଙ୍କନୁସାରେ, ଯାଞ୍ଚ କମିଟିର ୨ ଜଣ ସଦସ୍ୟ ଯିବେ। ଜଷ୍ଟିସ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବେ ବୋଲି ସେ ସୂଚନା ମିଳିଛି। ଏଥିସହ ଗଜପତି ମହାରାଜାଙ୍କ ପ୍ରତିନିଧି, ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଏଏସ୍ଆଇ ଅଧୀକ୍ଷକ ଡିବି ଗଡନାୟକଳ ରତ୍ନଭଣ୍ଡାର ସବ୍ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଭିରତକୁ ଯିବେ ବୋଲି ଜଣାପଡିଛି।
ସୂଚନାଥାଉ କି, ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ଏଥିରେ ଯୋଗଦେବାକୁ ଯିବା ସମୟରେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ବଡ଼ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ହେବାକୁ ଥିବା ବୈଠକରେ ଜେଗାଦେବାକୁ ଯିବା ସମୟରେ ସେ ସୂଚନା ଦେଇ କହିଛନ୍ତି ଯେ, ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ।
ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ସେମାନଙ୍କୁ ଯାଞ୍ଚ କରାଯିବ।
The post ଖୋଲିବ ରତ୍ନଭଣ୍ଡାର: ଭିତରକୁ କିଏ ଯିବେ ଆସିଲା ନାଁ appeared first on Dharitri Odia News.