ଖୋଲିବ ସ୍କୁଲ, ପ୍ରଥମ ଦିନରୁ ହିଁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶନାମା ଅନୁସାରେ, ପ୍ରଥମରୁ ୮ମ ଶ୍ରେଣୀରେ ପଢ଼ୁଥିବା ୬ରୁ ୧୪ ବର୍ଷ ବୟସର ପ୍ରତିଟି ଶିଶୁ ମଧ୍ୟାହ୍ନ ଭୋଜନ ପାଇବାକୁ ହକଦାର। […] The post ଖୋଲିବ ସ୍କୁଲ, ପ୍ରଥମ ଦିନରୁ ହିଁ ମିଳିବ ମଧ୍ୟାହ୍ନ ଭୋଜନ appeared first on Dharitri Odia News.

ଖୋଲିବ ସ୍କୁଲ, ପ୍ରଥମ ଦିନରୁ ହିଁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।

ନିର୍ଦ୍ଦେଶନାମା ଅନୁସାରେ, ପ୍ରଥମରୁ ୮ମ ଶ୍ରେଣୀରେ ପଢ଼ୁଥିବା ୬ରୁ ୧୪ ବର୍ଷ ବୟସର ପ୍ରତିଟି ଶିଶୁ ମଧ୍ୟାହ୍ନ ଭୋଜନ ପାଇବାକୁ ହକଦାର। ସ୍କୁଲର ଅବ୍ୟବସ୍ଥା ପାଇଁ ଛାତ୍ରୀଛାତ୍ର ଯେପରି ସେମାନଙ୍କ ହକରୁ ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି।

ଆଉ ମାତ୍ର ୨ ଦିନ ପରେ ସ୍କୁଲ ଖୋଲିବ । ତା’ ପୂର୍ବରୁ ମଧ୍ୟାହ୍ନ ଭୋଜନ ପାଇଁ ବଳକା ରହିଥିବା ଚାଉଳ, ତେଲ, ଡାଲି, ସୋୟାବଡ଼ି ସମେତ ମଧ୍ୟାହ୍ନ ଭୋଜନରେ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀର ମାନ ଠିକ ଅଛି କି ନାହିଁ ଯାଞ୍ଚ କରିବାକୁ କୁହାଯାଇଛି।

ସେହିପରି ପ୍ରଥମ ଦିନର ମଧ୍ୟାହ୍ନଭୋଜନରେ ଯେପରି କୌଣସି ପ୍ରକାର ଅବ୍ୟବସ୍ଥା ନ ହୁଏ ସେ ଦିଗରେ ଜିଲା ଓ ବ୍ଲକ ଶିକ୍ଷା ଅଧିକାରୀ ଏବଂ ସିଆରସିସିମାନେ ନିୟମିତ ଭାବେ ଯାଞ୍ଚ କରିବେ। ରୋଷେଇ ହେଉଥିବା ସ୍ଥାନର ସ୍ବଚ୍ଛତା ବଜାୟ ରଖିବା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି। ରୋଷେୟା-ସହାୟକ, ପାନୀୟ ଜଳ ଓ ମଧ୍ୟାହ୍ନ ଭୋଜନ ଉପାଦାନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରିବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

 

The post ଖୋଲିବ ସ୍କୁଲ, ପ୍ରଥମ ଦିନରୁ ହିଁ ମିଳିବ ମଧ୍ୟାହ୍ନ ଭୋଜନ appeared first on Dharitri Odia News.