ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮ ଗ୍ରାମ ସୁନା ଓ ୨୫୦୫ ଗ୍ରାମ ରୁପା ବାହାରିଥିବା ଜଣାପଡ଼ିଛି। ଏଥିସହିତ ୫ଟି ଦେଶର ୧୨ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଛି। ବିଦେଶରେ ରହୁଥିବା କୌଣସି ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସି ଏହି […] The post ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା appeared first on Dharitri Odia News.

ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮ ଗ୍ରାମ ସୁନା ଓ ୨୫୦୫ ଗ୍ରାମ ରୁପା ବାହାରିଥିବା ଜଣାପଡ଼ିଛି। ଏଥିସହିତ ୫ଟି ଦେଶର ୧୨ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଛି। ବିଦେଶରେ ରହୁଥିବା କୌଣସି ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସି ଏହି ବିଦେଶୀ ଟଙ୍କା ହୁଣ୍ଡିରେ ଦାନ କରିଥିବା ଅନୁମାନ କରାଯାଉଛି।

ସୋମବାର ସକାଳ ୯ଟାରେ ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଦୀର୍ଘ ୮ ଘଣ୍ଟା ଧରି ଗଣତି ହୋଇଥିଲା। ଏହା ପୂର୍ବରୁ ଜାନୁଆରୀ ୨୭ରେ ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩ ଗ୍ରାମ ସୁନା ଓ ୨୧୭୦ ଗ୍ରାମ ରୁପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୧୨ଟି ବିଦେଶୀ ନୋଟ ମଧ୍ୟ ବାହାରିଥିଲା।

ସୂଚନା ଥାଉକି, ବର୍ଷକୁ ୩ରୁ ୪ ଥର ହୁଣ୍ଡି ଖୋଲାଯାଇ ଗଣତି କରାଯାଉଛି। ହେଲେ ଚଳିତ ଥର ପ୍ରାୟ ୬ ମାସ ପରେ ମା’ଙ୍କ ହୁଣ୍ଡି ଖୋଲାଯାଇଛି। ସୋମବାର ହୁଣ୍ଡିରୁ ବାହାରିଥିବା ଟଙ୍କା ଓଡ଼ିଶା ଗ୍ରାମୀଣ ବ୍ୟାଙ୍କରେ ଗଚ୍ଛିତ ରଖାଯାଇଛି। ସେହିଭଳି ସୁନା ଓ ରୁପା ଜିଲା କୋଷାଗାରରେ ରଖାଯାଇଛି। ଏହି ଗଣତିରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ଅନେକ ସ୍ବେଚ୍ଛାସେବୀ ସାମିଲ ହୋଇଥିଲେ। ହୁଣ୍ଡି ଖୋଲି ଗଣତି ବେଳେ ପୋଲିସ ଓ ମନ୍ଦିର ସୁରକ୍ଷା କର୍ମୀଙ୍କ ଦ୍ୱାରା ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା।

The post ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା appeared first on Dharitri Odia News.