ଖୋଲିଲା ହୀରାକୁଦର ଆଉ ୨ ଗେଟ୍‌, ସମୁଦାୟ ୩ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

ସମ୍ଵଲପୁର ୨୪।୦୯: ଖୋଲିଲା ହୀରାକୁଦ ୨ଟି ଗେଟ୍‌। ବର୍ତ୍ତମାନ ୩ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଗତ ୨୧ରେ ମ୍ୟାଜିକ୍ ନମ୍ବର ଛୁଇଁଥିଲା ହୀରାକୁଦର ଜଳସ୍ତର। ଚଳିତ ବର୍ଷ ପ୍ରଥମ କରି ହୀରାକୁଦ ଜଳସ୍ତର ସର୍ବୋଚ୍ଚ ସୀମା ଛୁଇଁଥିଲା। ଶନିବାର ସକାଳ ୯ଟା ପରେ ଜଳସ୍ତର ମ୍ୟାଜିକ ନମ୍ବର ୬୩୦ ଫୁଟ ଛୁଇଁଥିଲା। ସେପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ଆଗାମୀ ୪ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି। ସେହିପରି ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୫ରେ ମାଲକାନଗିରି,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର  ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ। ଆଉ ୨୬ରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରରେ  ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି ।

ଖୋଲିଲା ହୀରାକୁଦର ଆଉ ୨ ଗେଟ୍‌, ସମୁଦାୟ ୩ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

ସମ୍ଵଲପୁର ୨୪।୦୯: ଖୋଲିଲା ହୀରାକୁଦ ୨ଟି ଗେଟ୍‌। ବର୍ତ୍ତମାନ ୩ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଗତ ୨୧ରେ ମ୍ୟାଜିକ୍ ନମ୍ବର ଛୁଇଁଥିଲା ହୀରାକୁଦର ଜଳସ୍ତର। ଚଳିତ ବର୍ଷ ପ୍ରଥମ କରି ହୀରାକୁଦ ଜଳସ୍ତର ସର୍ବୋଚ୍ଚ ସୀମା ଛୁଇଁଥିଲା। ଶନିବାର ସକାଳ ୯ଟା ପରେ ଜଳସ୍ତର ମ୍ୟାଜିକ ନମ୍ବର ୬୩୦ ଫୁଟ ଛୁଇଁଥିଲା। 

ସେପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ଆଗାମୀ ୪ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି। 

ସେହିପରି ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୫ରେ ମାଲକାନଗିରି,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର  ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ। ଆଉ ୨୬ରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରରେ  ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି ।