ଗଙ୍ଗୁଆ କେନାଲରେ ବୁଡ଼ି ଚାଲିଗଲା ଜୀବନ
ଭୁବନେଶ୍ବର,୨।୧୧: ଚକେଇସିଆଣି ଗଙ୍ଗୁଆ କେନାଲରେ ଶନିବାର ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, କୌଣସି କାରଣବଶତଃ ଯୁବକ ଜଣକ ଗଙ୍ଗୁଆ କେନାଲରେ ବୁଡ଼ି ଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ। କିଛି ସମୟ ପରେ ଅଗ୍ନିଶମ ବାହିନୀ କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ […] The post ଗଙ୍ଗୁଆ କେନାଲରେ ବୁଡ଼ି ଚାଲିଗଲା ଜୀବନ appeared first on Dharitri Odia News.
ଭୁବନେଶ୍ବର,୨।୧୧: ଚକେଇସିଆଣି ଗଙ୍ଗୁଆ କେନାଲରେ ଶନିବାର ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି।
ମିଳିଥିବା ସୂଚନା ମୁତାବକ, କୌଣସି କାରଣବଶତଃ ଯୁବକ ଜଣକ ଗଙ୍ଗୁଆ କେନାଲରେ ବୁଡ଼ି ଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ। କିଛି ସମୟ ପରେ ଅଗ୍ନିଶମ ବାହିନୀ କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ଏନେଇ ମଞ୍ଚେଶ୍ୱର ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
The post ଗଙ୍ଗୁଆ କେନାଲରେ ବୁଡ଼ି ଚାଲିଗଲା ଜୀବନ appeared first on Dharitri Odia News.