ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଖୋର୍ଦ୍ଧା ଜିଲ୍ଲାର ଦମ୍ପତି
ପାରଳାଖେମୁଣ୍ଡି:୩୧/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୯ତମ ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ପୋଷ୍ୟ ସନ୍ତାନ ଭାବେ ଖୋର୍ଦ୍ଧା ଜିଲ୍ଲାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ପିତୃମାତୃହୀନ ଏହି ଶିଶୁକୁ, ଶିଶୁ ମଙ୍ଗଳ ସମିତି ଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ନିଶାନ ଶାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର, ରଣିପେଟା ଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। ପରବର୍ତ୍ତି […] The post ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଖୋର୍ଦ୍ଧା ଜିଲ୍ଲାର ଦମ୍ପତି appeared first on Odisha.News.

ପାରଳାଖେମୁଣ୍ଡି:୩୧/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୯ତମ ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ପୋଷ୍ୟ ସନ୍ତାନ ଭାବେ ଖୋର୍ଦ୍ଧା ଜିଲ୍ଲାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ପିତୃମାତୃହୀନ ଏହି ଶିଶୁକୁ, ଶିଶୁ ମଙ୍ଗଳ ସମିତି ଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ନିଶାନ ଶାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର, ରଣିପେଟା ଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବେ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ତିନି ବର୍ଷ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଖୋର୍ଦ୍ଧା ଜିଲ୍ଲାର ଏକ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ରଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜ କୁ ଅତିରିକ୍ତ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁକୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଟି ଏକ ୧୦ ମାସର ପୁତ୍ର ସନ୍ତାନ ହୋଇଥିବାବେଳେ, ଶିଶୁକୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ହସ୍ତାନ୍ତର ସମୟରେ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଅଶ୍ଵିନୀ କୁମାର ମହାପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରୀପାଠୀ, ଶିଶୁ ମଙ୍ଗଳ ସମିତିର ସଦସ୍ୟ ସଦସ୍ୟା, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
The post ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଖୋର୍ଦ୍ଧା ଜିଲ୍ଲାର ଦମ୍ପତି appeared first on Odisha.News.