ଗଞ୍ଜାମ ଜିଲାପାଳଙ୍କ ଅଫିସ ଘେରାଉ କଲା କଂଗ୍ରେସ
ଛତ୍ରପୁର,୧୦ା୩(ସନ୍ତୋଷ ପାଢ଼ୀ): ରାଜ୍ୟରେ ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନାର ପ୍ରତିବାଦରେ ସୋମବାର ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ରାଜ୍ୟରେ ମହିଳା ସୁରକ୍ଷା ଏବଂ ବିକାଶର ସ୍ଲୋଗାନ ଦେଇ ଶାସନକୁ ଆସିଥିବା ଭାଜପା ସରକାରର ୮ ମାସର ଶାସନ କାଳରେ ମହିଳା ହିଂସା ଘଟଣା ସୀମା ଟପିଛି। ରାଜ୍ୟରେ ୨୪ ବର୍ଷର କୁଶାସନ ଯିବା ପରେ ଏବେ […] The post ଗଞ୍ଜାମ ଜିଲାପାଳଙ୍କ ଅଫିସ ଘେରାଉ କଲା କଂଗ୍ରେସ appeared first on Dharitri Odia News.
ଛତ୍ରପୁର,୧୦ା୩(ସନ୍ତୋଷ ପାଢ଼ୀ): ରାଜ୍ୟରେ ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନାର ପ୍ରତିବାଦରେ ସୋମବାର ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ରାଜ୍ୟରେ ମହିଳା ସୁରକ୍ଷା ଏବଂ ବିକାଶର ସ୍ଲୋଗାନ ଦେଇ ଶାସନକୁ ଆସିଥିବା ଭାଜପା ସରକାରର ୮ ମାସର ଶାସନ କାଳରେ ମହିଳା ହିଂସା ଘଟଣା ସୀମା ଟପିଛି। ରାଜ୍ୟରେ ୨୪ ବର୍ଷର କୁଶାସନ ଯିବା ପରେ ଏବେ ଦୁଃଶାସନ ଯୋଗୁ ମହିଳାମାନେ ଅସୁରକ୍ଷିତ ଅବସ୍ଥାରେ ଦିନ କାଟୁଛନ୍ତି ଡବଲ ଇଞ୍ଜିନ ସରକାରରେ ଗତ ୮ ମାସ ଭିତରେ ୫୪ଟି ଗଣବଳାତ୍କାର ଘଟଣା ସହ ୨ ଛାତ୍ରୀ ମା’ ହେବା ଘଟଣା ସରକାରଙ୍କ ଆଇନଶୃଙ୍ଖଳାର ବିଫଳତାକୁ ପଦାରେ ପକାଇଛି ବୋଲି କଂଗ୍ରେସ କହିଛି। ସୁଭଦ୍ରା ଯୋଜନାରେ ଟଙ୍କା ବାଣ୍ଟି ମହିଳାଙ୍କ ବିକାଶ କଥା ପ୍ରଚାର କରୁଥିବା ମୋହନ ସରକାର ନାରୀ ସୁରକ୍ଷା ଦିଗରେ ମୌନ ରହଛନ୍ତି ରାଜ୍ୟରେ ମହିଳାମାନେ ଅସୁରକ୍ଷିତ, ଛାତ୍ରୀମାନେ କୁଆଁରୀ ମା’ ହେବା ସାମଗ୍ରିକ ପ୍ରଶାସନିକ ବ୍ୟବସ୍ଥାକୁ ଲଜ୍ଜିତ କରିଛି। ଗତ ୮ ମାସ ମଧ୍ୟରେ ରାଜ୍ୟରେ ୧୬ ଶହ ଏଫ୍ଆଇଆର୍ ପଞ୍ଜୀକୃତ ହେବା ରାଜ୍ୟର ଶାସନ ବ୍ୟବସ୍ଥା ପ୍ରତି କୁଠାରଘାତ ବୋଲି କଂଗ୍ରେସ ଅଭିଯୋଗ କରିଛି।
The post ଗଞ୍ଜାମ ଜିଲାପାଳଙ୍କ ଅଫିସ ଘେରାଉ କଲା କଂଗ୍ରେସ appeared first on Dharitri Odia News.