ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର
ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଏସ୍ପି ସୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଥାନା ଅଧିକାରୀଙ୍କୁ ନିଜ ଅଞ୍ଚଳରେ ନିଖୋଜ ଥିବା ପିଲାମାନଙ୍କୁ ଉଦ୍ଧାର କରିବା ପାଇଁ କୁହାଯାଇଥିଲା। ପୋଲିସ ପ୍ରୟାସରେ ରାଜ୍ୟ ଓ ରାଜ୍ୟ ବାହାରୁ ୩୪ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା । ସେଥିମଧ୍ୟରୁ ୩୦ ଜଣ ନାବାଳିକା ଓ […] The post ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର appeared first on Dharitri Odia News.
ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଏସ୍ପି ସୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଥାନା ଅଧିକାରୀଙ୍କୁ ନିଜ ଅଞ୍ଚଳରେ ନିଖୋଜ ଥିବା ପିଲାମାନଙ୍କୁ ଉଦ୍ଧାର କରିବା ପାଇଁ କୁହାଯାଇଥିଲା। ପୋଲିସ ପ୍ରୟାସରେ ରାଜ୍ୟ ଓ ରାଜ୍ୟ ବାହାରୁ ୩୪ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା । ସେଥିମଧ୍ୟରୁ ୩୦ ଜଣ ନାବାଳିକା ଓ ୪ଜଣ ନାବାଳକ ରହିଥିବା ଗଞ୍ଜାମ ପୋଲିସ ଜିଲା ମୁଖ୍ୟ ଆରକ୍ଷୀ କାର୍ଯ୍ୟାଳୟରୁ ସୂଚନା ମିଳିଛି । ପରେ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି ବୋଲି ଗଞ୍ଜାମ ଏସ୍ପି ସୁଭେନ୍ଦୁ କୁମାର ପାତ୍ର ସୂଚନା ଦେଇଛନ୍ତି । ଆଗାମୀ ଦିନରେ ମଧ୍ୟ୍ୟ ଏହି ପ୍ରକ୍ରିୟା ଜାରି ରହିବ ବୋଲି ଏସ୍ପି ପାତ୍ର କହିଥିଲେ ।
The post ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର appeared first on Dharitri Odia News.