ଗଞ୍ଜାମର ୨୬୧୩ ସ୍କୁଲରେ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ପିଲାଙ୍କୁ ଖଡ଼ି ଛୁଆଁଇଲେ ଜିଲ୍ଲାପାଳ
ଛତ୍ରପୁର ୦୨।୦୪ : ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହେଉଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ କରାଯାଉଛି। ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଉଛି। ଯାହାକି ସେମାନଙ୍କ ନାମଲେଖା ଓ ସ୍କୁଲରେ ପ୍ରଥମ ଦିନକୁ ସ୍ମରଣୀୟ କରିବ । ପିଲାଙ୍କୁ ସର୍ବୋତ୍ତମ ଓ ଗୁଣାତ୍ମକ ଶିକ୍ଷାଦାନ ପାଇଁ ଗଞ୍ଜାମ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ । ଶିଶୁ ବାଟିକାର ଭିତ୍ତି ଉପରେ ନୂଆପିଢିର ଭବିଷ୍ୟତ ଗଠନ କରି ପିଲାମାନଙ୍କୁ ସଶକ୍ତ, ଆଧୁନିକ ଏବଂ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବା ବୋଲି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି ।ଗଞ୍ଜାମ ଜିଲ୍ଲାରେ ୨୬୧୩ ସ୍କୁଲରେ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ହୋଇଛି । ୧୬୭୧ ପ୍ରାଥମିକ ବିଦ୍ୟାଳୟ ଓ ୯୪୨ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ହୋଇଛି। ଗଞ୍ଜାମ ଜିଲ୍ଲାପାଳ ଛତ୍ରପୁର ପୁତିଗୋପାଳପୁର ସ୍ଥିତ ସ୍କୁଲ ବୁଲି ତଦାରଖ କରିବା ସହ ଶିଶୁ ବାଟିକାରେ ନାମ ଲେଖିଥିବା ପିଲାମାନଙ୍କୁ ଖଡ଼ି ଛୁଆଁଇଵା ସହ ସ୍କୁଲ ବ୍ୟାଗ ବଣ୍ଟନ କରିଥିଲେ।ଶିଶୁ ବାଟିକାରେ ପିଲାଙ୍କୁ କିଭଳି ଭାବରେ ଗୁଣାତ୍ମକ ପାଠ ପଢାଯିବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ଜିଲ୍ଲାପାଳ। ଯେଉଁମାନଙ୍କ ବୟସ ସେପ୍ଟେମ୍ବର ୧ ସୁଦ୍ଧା ୫ ବ
ଛତ୍ରପୁର ୦୨।୦୪ : ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହେଉଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ କରାଯାଉଛି। ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଉଛି। ଯାହାକି ସେମାନଙ୍କ ନାମଲେଖା ଓ ସ୍କୁଲରେ ପ୍ରଥମ ଦିନକୁ ସ୍ମରଣୀୟ କରିବ । ପିଲାଙ୍କୁ ସର୍ବୋତ୍ତମ ଓ ଗୁଣାତ୍ମକ ଶିକ୍ଷାଦାନ ପାଇଁ ଗଞ୍ଜାମ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ । ଶିଶୁ ବାଟିକାର ଭିତ୍ତି ଉପରେ ନୂଆପିଢିର ଭବିଷ୍ୟତ ଗଠନ କରି ପିଲାମାନଙ୍କୁ ସଶକ୍ତ, ଆଧୁନିକ ଏବଂ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବା ବୋଲି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି
।

ଗଞ୍ଜାମ ଜିଲ୍ଲାରେ ୨୬୧୩ ସ୍କୁଲରେ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ହୋଇଛି । ୧୬୭୧ ପ୍ରାଥମିକ ବିଦ୍ୟାଳୟ ଓ ୯୪୨ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ହୋଇଛି। ଗଞ୍ଜାମ ଜିଲ୍ଲାପାଳ ଛତ୍ରପୁର ପୁତିଗୋପାଳପୁର ସ୍ଥିତ ସ୍କୁଲ ବୁଲି ତଦାରଖ କରିବା ସହ ଶିଶୁ ବାଟିକାରେ ନାମ ଲେଖିଥିବା ପିଲାମାନଙ୍କୁ ଖଡ଼ି ଛୁଆଁଇଵା ସହ ସ୍କୁଲ ବ୍ୟାଗ ବଣ୍ଟନ କରିଥିଲେ।ଶିଶୁ ବାଟିକାରେ ପିଲାଙ୍କୁ କିଭଳି ଭାବରେ ଗୁଣାତ୍ମକ ପାଠ ପଢାଯିବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ଜିଲ୍ଲାପାଳ। ଯେଉଁମାନଙ୍କ ବୟସ ସେପ୍ଟେମ୍ବର ୧ ସୁଦ୍ଧା ୫ ବର୍ଷରୁ ଉର୍ଦ୍ଧ ସେମାନେ ଶିଶୁ ଵାଟିକା ଓ ୬ ବର୍ଷରୁ ଉର୍ଦ୍ଧ ପ୍ରଥମ ଶ୍ରେଣୀରେ ନାମ ଲେଖାଇଛନ୍ତି । ଆସନ୍ତା ୨ ରୁ ୫ ତାରିଖ ଯାଏଁ ତିନି ଦିନ ବିଦ୍ୟାଳୟରେ ପ୍ରବେଶ ଉତ୍ସଵ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପରେ ପ୍ରବେଶ ଉତ୍ସଵ ଓ ଖଡ଼ିଛୁଆଁ ସଭିଏଁ ସ୍କୁଲ ଯିବା ଏକ ସଚେତନତା ରଥକୁ ଜିଲ୍ଲାପାଳ ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଛତ୍ରପୁର ଏନଏସି ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ଭାରପ୍ରାପ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ଼.ରାଜେଶ ପ୍ରଧାନ, ଅତିରିକ୍ତ ଜିଲ୍ଲାଶିକ୍ଷାଧିକାରୀ ପ୍ରଭାତି କୁମାରୀ ମହାପାତ୍ର, ସମଗ୍ର ଶିକ୍ଷା ଅଭିଯାନ ଡ଼ ସରୋଜ ପାଳ, ବ୍ଲକ ଶିକ୍ଷାଧିକାରୀ ସୁଜିତ କୁମାର ପାଢ଼ୀ, ସ୍କୁଲ ପ୍ରଧାନ ଶିକ୍ଷକ ଓ ସିଆରସିସି ପ୍ରମୁଖ ଉପସ୍ଥିତ ଥିଲେ ।