ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ
ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଭିତ୍ତି କରି ବିଚାରପତି ଦୁଇ ମହିଳାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଖୋର୍ଦ୍ଦା ଜିଲା ନୟାପଲ୍ଲୀ ଥାନା ସାଳିଆ ସାହି ଭୁବନେଶ୍ୱରର ରୋହିତ ନାୟକଙ୍କ ସ୍ତ୍ରୀ କାନ୍ତା ନାୟକ(୩୨) ଏବଂ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନିଳାଦ୍ରୀବିହାର ଭୁବନେଶ୍ୱରର ବିଜୟ ପ୍ରଧାନଙ୍କ ସ୍ତ୍ରୀ ସୁନିତା ପ୍ରଧାନ(୫୮)। […] The post ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ appeared first on Dharitri Odia News.
ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଭିତ୍ତି କରି ବିଚାରପତି ଦୁଇ ମହିଳାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଖୋର୍ଦ୍ଦା ଜିଲା ନୟାପଲ୍ଲୀ ଥାନା ସାଳିଆ ସାହି ଭୁବନେଶ୍ୱରର ରୋହିତ ନାୟକଙ୍କ ସ୍ତ୍ରୀ କାନ୍ତା ନାୟକ(୩୨) ଏବଂ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନିଳାଦ୍ରୀବିହାର ଭୁବନେଶ୍ୱରର ବିଜୟ ପ୍ରଧାନଙ୍କ ସ୍ତ୍ରୀ ସୁନିତା ପ୍ରଧାନ(୫୮)।
ଏଡିଜେ ତାଙ୍କ ରାୟରେ ଉଭୟ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏଁ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ପ୍ରତ୍ୟେକ ୧ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନଦେୟ ଅତିରିକ୍ତ ୧ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନରେଶ ପ୍ରସାଦ ପାତ୍ର ମାମଲା ପରିଚାଳନା କରିଥିଲେ।
The post ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ appeared first on Dharitri Odia News.