ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ
ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଉତ୍ତରପ୍ରଦେଶ ବାରଣସୀର ଚାନ୍ଦ ଅହମ୍ମଦ(୨୪) ଓ ମହମ୍ମଦ ଅକିଲ(୨୫)। ବିଚାପତି ଅଭିଯୁକ୍ତଙ୍କୁ ୧୦ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ପ୍ରତ୍ୟେକ ୧ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୧ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଛି। ବ୍ରହ୍ମପୁର […] The post ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ appeared first on Dharitri Odia News.
ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଉତ୍ତରପ୍ରଦେଶ ବାରଣସୀର ଚାନ୍ଦ ଅହମ୍ମଦ(୨୪) ଓ ମହମ୍ମଦ ଅକିଲ(୨୫)। ବିଚାପତି ଅଭିଯୁକ୍ତଙ୍କୁ ୧୦ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ପ୍ରତ୍ୟେକ ୧ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୧ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଛି।
ବ୍ରହ୍ମପୁର ସହରକୁ ଗଞ୍ଜେଇ ଚୋରାଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଇନ୍ସପେକ୍ଟର ଗୀତାଞ୍ଜଳି ସାହୁଙ୍କ ନେତୃତ୍ୱରେ ଏକ ଟିମ୍ ୨୦୨୨ ନଭେମ୍ବର ୨୧ରେ ଅଙ୍କୁଶପୁର ଛକରେ ଯାନବାହନ ଯାଞ୍ଚ କରାଯାଉଥିଲା। ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗାଡି(ନଂ.ଏମ୍ପି୦୪ଟିବି-୧୬୧୦)କୁ ଅଟକାଇ ପୋଲିସ ଟିମ୍ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ବେଆଇନ ଭାବେ ୮୦ କେଜି ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡିଥିଲା।
ଅବକାରୀ ମାମଲା(ନଂ ୧୧୦/୨୧-୨୨)ରେ ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ କନ୍ଧମାଳ ଅଞ୍ଚଳରୁ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ କରିଥାନ୍ତେ ବୋଲି ଅବକାରୀ ବିଭାଗ ଜାଣିବାକୁ ପାଇଥିଲେ। ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।
ତଦନ୍ତକାରୀ ଅଧିକାରୀ ତଥା ଇନ୍ସପେକ୍ଟର ସାହୁ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୩ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଏବଂ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନରେଶ ପ୍ରସାଦ ପାତ୍ର ମାମଲା ପରିଚାଳନା କରିଥିଲେ।
The post ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ appeared first on Dharitri Odia News.