ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ
ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଛନ୍ତି। ତିହିଡ଼ି ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ୨ଟି ମୋକଦ୍ଦମା ରୁଜୁ କରି ଉଭୟ ଗୋଷ୍ଠୀର ୮ଜଣଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଏହି ଘଟଣାକୁ ନେଇ ପଞ୍ଚାୟତରେ ସାମ୍ପ୍ରଦାୟିକ ହିଂସା […] The post ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ appeared first on Dharitri Odia News.
ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଛନ୍ତି। ତିହିଡ଼ି ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ୨ଟି ମୋକଦ୍ଦମା ରୁଜୁ କରି ଉଭୟ ଗୋଷ୍ଠୀର ୮ଜଣଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଏହି ଘଟଣାକୁ ନେଇ ପଞ୍ଚାୟତରେ ସାମ୍ପ୍ରଦାୟିକ ହିଂସା ଉପୁଜିବା ଆଶଙ୍କାରେ ଏକ ଶାନ୍ତି କମିଟି ଗୁରୁବାର ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରାୟଣଙ୍କ ଅତିଥି ଭବନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଚାନ୍ଦବାଲି ଏସ୍ଡିପିଓ କାର୍ତ୍ତିକ ଚନ୍ଦ୍ର ମଲ୍ଲିକ, ତିହିଡ଼ି ଥାନା ଆଇଆଇସି ପ୍ରସନ୍ନ କୁମାର ନାୟକ, ପୂର୍ବତନ ସରପଞ୍ଚ ଉଷାକାନ୍ତ ନାୟକ ପ୍ରମୁଖ ଯୋଗଦେଇ ଉଭୟ ଗୋଷ୍ଠୀ ମଧ୍ୟରେ ସଦ୍ଭାବନା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ।
ସୂଚନାଯୋଗ୍ୟ, ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ସମୟରେ ଏକ କ୍ଷୀର ବୋଝେଇ ଅଟୋ ଯିବାକୁ ସାଇଡ୍ ମାଗିଥିଲା। ତେବେ ଶୋଭାଯାତ୍ରାକାରୀମାନେ ସାଇଡ୍ ନ ଦେବାରୁ ସଂଘର୍ଷର ସୂତ୍ରପାତ ହୋଇଥିଲା। ଆହତଙ୍କ ମଧ୍ୟରୁ ଗୁରୁତର ୩ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇ ଥିବାବେଳେ ଅନ୍ୟ ୭ଜଣ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାଯାଇଛି।
The post ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ appeared first on Dharitri Odia News.