ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ମନୋଜ ପ୍ରଧାନ ଆହତ ହୋଇଛନ୍ତି। ଗ୍ରାମରେ ମେଢ଼ ଭସାଣି ସମୟରେ ବ୍ୟବହୃତ ଡିଜେଟି ରାସ୍ତା ପାର୍ଶ୍ୱରେ ଥିବା ଇଲେକ୍ଟ୍ରି ତାର ଲାଗି ଛିଡିଯାଇଥିଲା। ଫଳରେ ପବିତ୍ର ଓ ମନୋଜ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ ଭାଟକୁମରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ […] The post ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ appeared first on Dharitri Odia News.

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ମନୋଜ ପ୍ରଧାନ ଆହତ ହୋଇଛନ୍ତି। ଗ୍ରାମରେ ମେଢ଼ ଭସାଣି ସମୟରେ ବ୍ୟବହୃତ ଡିଜେଟି ରାସ୍ତା ପାର୍ଶ୍ୱରେ ଥିବା ଇଲେକ୍ଟ୍ରି ତାର ଲାଗି ଛିଡିଯାଇଥିଲା। ଫଳରେ ପବିତ୍ର ଓ ମନୋଜ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ ଭାଟକୁମରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା ମାତ୍ର ଅବସ୍ଥା ଗୁରୁତର ଥିବାରୁ ସେଠାରୁ ବ୍ରହ୍ମପୁର ବଡ଼ମେଡିକାଲକୁ ନିଆଯାଇଥିବା ବେଳେ ସେଠାରେ ପବିତ୍ରଙ୍କ ମୃତ୍ୟୁ ଘଟିଛି।ଖବରପାଇ ପୁରୁଷୋତ୍ତମପୁର ଆଇଆଇସି ବିପିନ ବିହାରୀ ହୋତା ଘଟଣାସ୍ଥଳକୁ ଯାଇ ତଦନ୍ତ ଚଳାଇଛନ୍ତି।

The post ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ appeared first on Dharitri Odia News.