ଗଣେଶ୍ୱର ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।

ଗଣେଶ୍ୱର ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନାଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି  କରାଯାଇଛି । ଶ୍ରୀ ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ଉପମୁଖ୍ୟମନ୍ତ୍ରୀଙ୍କ ପାଖରେ କୃଷି ଓ ଶକ୍ତି ବିଭାଗ ରହିଛି ।